ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଆସନ୍ତା ୨୧ରୁ ଜିଲ୍ଲାର ସମସ୍ତ ମନ୍ଦିର ଖୋଲା ରହିବ, ଢେଙ୍କାନାଳ

ଓଡ଼ିଶା ତାଜା ନ୍ୟୁଜ (୧୮ ଜାନୁଆରୀ ସୋମବାର ) ଢେଙ୍କାନାଳ :- ଆସନ୍ତା ଜାନୁଆରୀ ୨୧ ତାରିଖରୁ ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଜିଲ୍ଲାର ସମସ୍ତ ମନ୍ଦିର ଖୋଲା ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଆଜି ଜିଲ୍ଲାପାଳ ଶ୍ରୀ ଭୁମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁ ମାନଙ୍କୁ କୋଭିଡ୍ ରିପୋର୍ଟ ଆଣିବାକୁ ବାଧ୍ୟ କରାଯିବ ନାହିଁ।ସାନିଟାଇଜେସନ, ସାମାଜିକ ଦୂରତା ଅବଲମ୍ବନ,ମାସ୍କ ପରିଧାନ ପ୍ରତି ବିଶେଷ ଧ୍ୟାନ ଦେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ଜିଲ୍ଲାର ସମସ୍ତ ମନ୍ଦିର ସକାଳ ୭ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ସ୍ଥିର ହୋଇଛି ।

ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ,ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା,ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ରଥ, ସଂସ୍କୃତି ସଂଯୋଜକ ଅବନୀ କୁମାର ମିଶ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶାନ୍ତ କୁମାର ମିଶ୍ର, ଦେବୋତ୍ତର ନିରୀକ୍ଷକ ପ୍ରଦ୍ୟୁମ୍ନ ତ୍ରିପାଠୀ ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନା କରିଥିଲେ। ଶେଷରେ ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।(ରିପୋର୍ଟ୍, ଅମର ରଞ୍ଜନ ଦାସ)

Exit mobile version