ଓଡ଼ିଶା ତାଜା ନ୍ୟୁଜ (୨୦ ଜାନୁଆରୀ ବୁଧବାର ) ଭୁବନେଶ୍ୱର :- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ସମସ୍ତ ଘରୋଇ ଓ ଅନୁଦାନପ୍ରାପ୍ତ ସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସ୍କୁଲ ‘ଫି’ କୋହଳ କରିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ଫି କୋହଳ କରିବା ନିଷ୍ପତ୍ତି ହାଇକୋର୍ଟ ରାଜ୍ୟ ସରକାରଙ୍କ ଉପରେ ନ୍ୟସ୍ତ କରିଥିଲେ । ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଗତ ୧୦ ତାରିଖରେ ରାୟ ପ୍ରକାଶ କରିଥିଲେ । ଛାତ୍ରଛାତ୍ରୀଙ୍କଠାରୁ ପରିବହନ ଓ ଖାଦ୍ୟ ବାବଦ ଖର୍ଚ୍ଚ ମନଇଛା ଆଦାୟ କରାଯାଇ ପାରିବନି । ବାର୍ଷିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସ୍କୁଲ ଫି ଛାଡ଼ କରାଯିବ ନାହିଁ ।
