କଟକ ନେତାଜୀ ବସ୍‌ ଟର୍ମିନାଲର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ନେତାଜୀ ଵସ ଟର୍ମିନାଲ ର ଭିତ୍ତି ପ୍ରସ୍ତର କରି ଉଦବୋଧନ

ଓଡିଶା ତାଜା ନ୍ୟୁଜ୍  (୨୩ ଜାନୁଆରୀ,ଶନିବାର )କଟକ  :- ଆଜି ଭାରତୀୟ ମୁକ୍ତି ସଂଗ୍ରାମର ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ପବିତ୍ର ଜନ୍ମ ଦିବସ  । ଆଜିଠାରୁ ସାରା ଦେଶରେ ନେତାଜୀଙ୍କର ୧୨୫ତମ ଜନ୍ମବାର୍ଷିକୀ ପାଳନ ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଟକ ନେତାଜୀ ବସ୍‌ ଟର୍ମିନାଲକୁ ଦେଶର ଏକ ମଡେଲ ବସ୍‌ ଟର୍ମିନାଲ ଭାବରେ ଗଢାଯିବ । ଏଠାକୁ ଆସୁଥିବା ସମସ୍ତଙ୍କ ମନରେ ନେତାଜୀଙ୍କ ସ୍ମୃତି ଯେପରି ଜାଗ୍ରତ ହୋଇପାରିବ, ସେଥିପାଇଁ ପଦକ୍ଷେପ ନିଆଯିବ। ନେତାଜୀଙ୍କର ଜୀବନୀ ଓ ସଂଗ୍ରାମର ଝଲକ ସବୁଠାରେ ଦେଖିବାକୁ ମିଳିବ ଏବଂ ଏଠାକୁ ଆସୁଥିବା ପ୍ରତିଟି ଲୋକ ନେତାଜୀଙ୍କ ସାହସ ଓ ଦେଶଭକ୍ତିର ବାର୍ତ୍ତା ନେଇ ଫେରିବ । ଏହି ବସ୍‌ ଟର୍ମିନାଲ ହଜାର ବର୍ଷର ସହର କଟକର ଗରିମାକୁ ଆହୁରି ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

ନେତାଜୀଙ୍କୁ ଭାରତମାତାର ଅମୂଲ୍ୟ ରତ୍ନ ଭାବରେ ବର୍ଣ୍ଣନା କରି ତାଙ୍କର ଦୃଢ ନେତୃତ୍ବ, ସାହସ ଓ ଅତୁଳନୀୟ ଦେଶଭକ୍ତି ପାଇଁ ସେ ପ୍ରତିଟି ଭାରତୀୟଙ୍କ ହୃଦୟରେ ଅମର ହୋଇ ରହିବେ ବୋଲି ବର୍ଣ୍ଣନା କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଥିଲେ । ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ହେବାକୁ ଯାଉଥିବା ଏହି ନୂତନ ବସ୍‌ ଟର୍ମିନାଲରେ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିବ । ଏଥିରେ ୧୧,୦୦୦ ବର୍ଗମିଟର ନିର୍ମିତ ଅଞ୍ଚଳରେ ୧୮୦ଟି ବସ୍‌ ରହିପାରିବ ।(କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ ) 

Exit mobile version