କୁରାଳ ଦଧିବାମନ ସଂସ୍କୃତ ମହାବିଦ୍ୟାଳୟ ରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

ଓଡ଼ିଶା ତାଜା ନ୍ୟୁଜ୍ ( ୨୩ ଜାନୁଆରୀ ଶନିବାର ) ଓଡ଼ଗାଁ :- ଆଜି ଭାରତୀୟ ମୁକ୍ତି ସଂଗ୍ରାମର ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ପବିତ୍ର ଜନ୍ମ ଦିବସ । ଆଜି ଠାରୁ ସାରା ଦେଶରେ ନେତାଜୀଙ୍କ ର ୧୨୫ତମ ଜନ୍ମବାର୍ଷିକୀ ପାଳନ ଆରମ୍ଭ ହୋଇଛି । ଓଡ଼ଗାଁ ବ୍ଲକ କୁରାଳ ଦଧିବାମନ ସଂସ୍କୃତ ମହାବିଦ୍ୟାଳୟ ପରିସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଫଟୋ ରେ କଲେଜର ଅଧ୍ୟକ୍ଷ ଭାବଗ୍ରାହୀ କର ଙ୍କ ଉପସ୍ଥିତି ରେ ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ସହିତ କଲେଜ ର ଛାତ୍ରଛାତ୍ରୀ ଏକାଠି ହୋଇ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । ଦେଶ ପାଇଁ ଓ ଜାତି ପାଇଁ ନେତାଜୀଙ୍କ ଅସୀମ ତ୍ୟାଗକୁ କେହି କେବେ ଭୁଲିପାରିବ ନାହିଁ ବୋଲି ଅଧ୍ୟକ୍ଷ ମହୋଦୟ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ । ( ଓଡ଼ଗାଁ ରିପୋର୍ଟ – ଅଶ୍ଵିନୀ କୁମାର ସାହୁ )

Exit mobile version