
ଓଡ଼ିଶା ତାଜା ନ୍ୟୁଜ୍ (୨୬ ଜାନୁଆରି, ମଙ୍ଗଳବାର ) ଦଶପଲ୍ଲା :- ନୟାଗଡ ଜିଲ୍ଲା ଦଶପଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ଥିବା ଗାନ୍ଧୀ ପଡ଼ିଆରେ ୭୨ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଦେଶ ସ୍ବାଧୀନ ପାଇଁ
ମହାପୁରୁଷ ମାନଙ୍କ ତ୍ୟାଗ ଓ ବଳିଦାନ ସମ୍ପର୍କରେ ବର୍ଣ୍ଣନା କରିବା ସହ କରୋନା ଯୋଦ୍ଧା ଭାବେ ସାମ୍ବାଦିକ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସମ୍ମାନୀତ ଅତିଥି ଭାବେ ଦଶପଲ୍ଲା ତହସିଲଦାର ଅକ୍ଷୟ ଖେମୁଣ୍ଡୁ ,ଥାନା ଅଧିକାରୀ କିରନ ହେମ୍ରମ ,ଅଗ୍ନିଶମ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । (ଦଶପଲ୍ଲା/ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )
