ଗ୍ରାମ ପରିଦର୍ଶନ କରିବା ସହ ଲୋକଙ୍କ ସମସ୍ୟା ବୁଝିଲେ – ଦଶପଲ୍ଲା ବିଧାୟକ

ଓଡ଼ିଶା ତାଜା ନ୍ୟୁଜ (୩୦ ଜାନୁଆରୀ ଶନିବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ପାରା ଢ଼ିପି ପଞ୍ଚାୟତ ଗୌଡ ଥୁଆ ବାରି ଗ୍ରାମ ପରିଦର୍ଶନ କରିଛନ୍ତି ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା । ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଗ୍ରାମ ପରିଦର୍ଶନ କରିବା ସହ ଲୋକ ମାନଙ୍କ ବିଭିନ୍ନ ସମସ୍ୟା ପଚାରି ବୁଝିଥିଲେ ।

ବିଧାୟକ ଙ୍କ ସହିତ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ,ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍ ପ୍ରମୁଖ ଉପସ୍ଥିତ ଥିଲେ । ଗ୍ରାମବାସୀ ଙ୍କ ତରଫରୁ ଦଶପଲ୍ଲା ବିଧାୟକ ଙ୍କୁ ବିପୁଳ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।

Exit mobile version