ଓଡ଼ିଶା ତାଜା ନ୍ୟୁଜ (୩୦ ଜାନୁଆରୀ ଶନିବାର )ବରଗଡ଼ :- ବରଗଡ଼ ଗାନ୍ଧୀ ସ୍ମୃତି ପାଠାଗାର ପକ୍ଷରୁ ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା । ଅତିଥି ଭାବେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ମୁଖ୍ୟ ବକ୍ତା ଭାବେ ଡଃ ସୁଜିତ ପୃଷେଠ ଯୋଗଦାନ କରି ସ୍ମୃତି ଚାରଣ କରିଥିଲେ ।
ପାଠାଗାର ର ସଭାପତି ଅରୁଣ ମହାନ୍ତି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭା ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଚାଲିବାକୁ ବକ୍ତାମାନେ ମତବ୍ୟକ୍ତ କରିଥିଲେ ।
ସଭାରେ ସମ୍ପାଦକ ମନୋରଞ୍ଜନ ସାହୁ,ମାଧବ ସାହୁ, ଜୟପ୍ରକାଶ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଆୟୋଜିତ ପ୍ରତିଯୋଗିତା ରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ ।
(ସତ୍ୟ ନାରାୟଣ ପ୍ରଧାନ, ବରଗଡ଼ )
