ଓଡ଼ିଶା ତାଜା ନ୍ୟୁଜ (୩୧ ଜାନୁଆରି,ରବିବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବରକୋ ଳା ଡାକ ବଙ୍ଗଳା ଠାରେ ନୂଆଗାଁ ପଞ୍ଚାୟତ ସମିତି ର ୧୧ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି।ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଶିକ୍ଷା,ସ୍ବାସ୍ଥ୍ୟ ,ପାନୀୟଜଳ ଏବଂ ଖାଦ୍ୟ ସୁରକ୍ଷା ଯୋଜନା,
ଆବାସ ଯୋଜନା ଉପରେ ଗୁରୁତ୍ୱାରୋପ କରିଥିଲେ । ତତ୍ ସହିତ ଲୋକମାନେ ଯେପରି ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାରେ ସାମିଲ ହୋଇପାରିବେ ସେଥିପ୍ରତି ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।ବୈଠକ ରେ ପ୍ରତି ପଞ୍ଚାୟତ ର ବିଦ୍ୟାଳୟ ଗୁଡ଼ିକୁ ପୋଷ୍ୟ ବିଦ୍ୟାଳୟ ରୂପେ ଗ୍ରହଣ କରିବା ପାଇଁ ଦଶପଲ୍ଲା ବିଧାୟକ ସରପଞ୍ଚ ,ସମିତି ସଭ୍ୟ ମାନଙ୍କୁ ପରାମର୍ଶ ଦେଇଥିଲେ।ନିଜ ପଞ୍ଚାୟତ ର ଗୋଟିଏ ପ୍ରାଥମିକ ବିଦ୍ୟାଳୟ କୁ ନିଜ ପଞ୍ଚାୟତ ସରପଞ୍ଚ ପୋଷ୍ୟ ବିଦ୍ୟାଳୟ ରୂପେ ଗ୍ରହଣ କରିଥିବା ବେଳେ ସମିତି ସଭ୍ୟ ମାନେ ନିଜ ପଞ୍ଚାୟତ ର ଗୋଟିଏ ହାଇସ୍କୁଲ ପୋଷ୍ୟ ବିଦ୍ୟାଳୟ ରୂପେ ଗ୍ରହଣ କରିଥିଲେ ।
ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,ବିଡ଼ିଓ ପ୍ରମୋଦ କୁମାର ଦଳ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଜିପିଓ ସାଧୁ ଚରଣ ସାହୁ ବିବରଣୀ ପାଠ କରିବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଏହି ବୈଠକ ରେ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କ ସହିତ ସରପଞ୍ଚ ଓ ସମିତି ସଭ୍ୟ ମାନେ ଉପସ୍ଥିତ ଥିଲେ । (ଦଶପଲ୍ଲା /ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
