ନୂଆଗାଁ ବ୍ଲକ୍ ରେ ୧୪୯ ଜଣ ଛାତ୍ର ଛାତ୍ରୀ ଦେଲେ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା

ଓଡ଼ିଶା ତାଜା ନ୍ୟୁଜ (୫ ଫେବୃଆରୀ ଶୁକ୍ରବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧିନରେ ଥିବା ନୂଆଗାଁ ଉଚ୍ଚ ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ନୂଆଗାଁ ବ୍ଲକ୍ ରୁ ୧୪୯ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଛନ୍ତି।ଷଷ୍ଠ ଶ୍ରେଣୀ ର ୭୧ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେବାକୁ ଥିବା ବେଳେ ୭୦ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ ।

ସେହିପରି ନବମ ଶ୍ରେଣୀ ର ୮୧ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେବାକୁ ଥିବାବେଳେ ୭୯ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ। ଏହିପରି ଭାବେ ନୂଆଗାଁ ବ୍ଲକ୍ ରୁ ଷଷ୍ଠ ଓ ନବମ ଶ୍ରେଣୀ ର ୧୪୯ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୩ ଜଣ ଅନୁପସ୍ଥିତ ଥିବା ଜଣା ପଡିଛି।ନୂଆଗାଁ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କ ସମେତ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ପରୀକ୍ଷା ପରିଚାଳନା କରିଥିଲେ ।

Exit mobile version