ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ – ମୁଖ୍ୟମନ୍ତ୍ରୀ
ଓଡ଼ିଶା ତାଜା ନ୍ୟୁଜ୍ (୧୨ ଫେବୃଆରୀ ଶୁକ୍ରବାର ) ଭୁବନେଶ୍ୱର :– ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ସହାୟତା ପ୍ରଦାନ କରିଛନ୍ତି । ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି । ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ 2019 ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା । ଏହି ଯୋଜନା ଆଜି ଜାତୀୟ ସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି ।
