Home ଓଡ଼ିଶା କଳାହାଣ୍ଡି କାରଲାପାଟରେ ହାତୀ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ବେଗ ପ୍ରକାଶ : ଜାତୀୟ ସ୍ତରର ବିଶେଷଜ୍ଞ ମାନଙ୍କ ପରାମର୍ଶ ନେଇ – ହାତୀ ମୃତ୍ୟୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ (୧୫ ଫେବୃଆରୀ ସୋମବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡିର କାରଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତ୍ୟୁ ସଂପର୍କରେ ସମୀକ୍ଷା କରି ଏହି ଘଟଣାରେ ଘୋର ଉଦ୍ବେଗ ପ୍ରକାଶ କରିଛନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସଂପଦ ବିଭାଗ ମିଳିତ ଭାବେ ପଦକ୍ଷେପ ନେଇ ହାତୀ ମୃତ୍ୟୁ ରୋକିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହି କ୍ଷେତ୍ରରେ ରାଜ୍ୟ ତଥା ଦେଶର ବିଶେଷଜ୍ଞ ମାନଙ୍କ ପରାମର୍ଶ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଅଭୟାରଣ୍ୟ ଓ ତାର ଆଖପାଖ ଅଞ୍ଚଳରେ ଥିବା ଗ୍ରାମ ଗୁଡିକରେ ଥିବା ଗୃହପାଳିତ ପଶୁମାନଙ୍କର ଟୀକାକରଣ ସୁନିଶ୍ଚିତ କରିବାପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ, ଡିଏଫଓ ଓ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭୟାରଣ୍ୟରେ ଥିବା ସମସ୍ତ ଜଳାଶୟ ଗୁଡିକୁ ତୁରନ୍ତ ବିଶୋଧନ କରିବା ଏବଂ ଜଳର ନମୂନା ତୁରନ୍ତ ପରୀକ୍ଷା କରିବା ସହିତ ନିୟମିତ ପରୀକ୍ଷା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରୁ ଜଣାଯାଇଥିଲା ଯେ କଳାହାଣ୍ଡିର କାରଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଗତ ଦୁଇ ସପ୍ତାହ ମଧ୍ୟରେ ୬ଟି ହାତୀଙ୍କର ମୃତ୍ୟୁ ହୋଇଛି । ବିଶେଷଜ୍ଞ ମାନଙ୍କ ମତ ଅନୁଯାୟୀ ଏହି ହାତୀଗୁଡିକ Pasteurella Multocida ନାମକ ଏକ ବ୍ୟାକ୍ଟେରିଆ ଦ୍ବାରା ସଂକ୍ରମିତ ହୋଇ Hemorrhagic Septicemia ରୋଗରୁ ମୃତ୍ୟୁବରଣ କରିଛନ୍ତି । ଏହି ଦଳରେ ସମୁଦାୟ ୮ଟି ହାତୀରୁ ୬ଟିର ମୃତ୍ୟୁ ଘଟିଛି । ଏହି ଅଞ୍ଚଳରେ ଆଉ ଦୁଇଟି ହାତୀ ଦଳ ରହିଛନ୍ତି । ସେହି ଦଳଗୁଡିକୁ ଟ୍ରାକ୍ କରାଯାଇ ସେମାନେ ଯେପରି ସଂକ୍ରମିତ ଦଳର ସଂସ୍ପର୍ଶରେ ନ ଆସିବେ, ସେଥିପାଇଁ ପଦକ୍ଷେପ ନିଆଯାଉଛି । ଏହାସହିତ ଏହି ଅଞ୍ଚଳରେ ଥିବା ୪୩ଟି ଜଳାଶୟରୁ ୨୫ଟି ଜଳାଶୟର ବିଶୋଧନ କରାଯାଇଛି ଏବଂ ବାକି ଗୁଡିକର ବିଶୋଧନ କରାଯାଉଛି । ହାତୀମାନଙ୍କର ଚଳପ୍ରଚଳ ଉପରେ ନଜର ରଖିବା ପାଇଁ ରେଞ୍ଜ୍ ଅଫିସର, ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଦୁଇଟି ଜୋନ୍କୁ ନେଇ ୧୦ଟି ଟିମ୍ ଗଠନ କରାଯାଇଛି । ଜଂଗଲ ବିଭାଗ ଓ ପଶୁସଂପଦ ବିଭାଗରୁ ଦୁଇଟି ରାଜ୍ୟସ୍ତରୀୟ ବିଶେଷଜ୍ଞ ଟିମ୍ ଗଠନ କରାଯାଇ ପରିସ୍ଥିତିକୁ ଆକଳନ କରାଯିବା ସହିତ ଅନ୍ୟାନ୍ୟ ପଦକ୍ଷେପ ନିଆଯାଉଛି । ଅଭୟାରଣ୍ୟ ଓ ତାର ଆଖପାଖ ଗାଁ ଗୁଡିକରେ ଗୃହପାଳିତ ପଶୁଗୁଡିକର ଟୀକାକରଣ କରାଯାଉଛି । Project Elephantର IG ଏବଂ Wildlife Institute of Indiaର ନିର୍ଦ୍ଦେଶକଙ୍କୁ ଓଡିଶାକୁ ଏକ ଟିମ୍ ପଠାଇ ପ୍ରତିରୋଧକ ବ୍ୟବସ୍ଥା ଓ ପରାମର୍ଶ ପାଇଁ ଅନୁରୋଧ କରାଯାଇଛି । ଏହି ବୈଠକରେ ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ମୋନା ଶର୍ମା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ, ଜଙ୍ଗଲ ବିଭାଗର ବରିଷ୍ଠ ଅଫିସର ମାନେ ଉପସ୍ଥିତ ଥିଲେ । କଳାହାଣ୍ଡିରୁ PCCF ଏବଂ ଜିଲ୍ଲାପାଳ ଭିଡିଓ କନ୍ଫରେନ୍ସିଂ ଜରିଆରେ ଯୋଗ ଦେଇଥିଲେ । Categories: ଓଡ଼ିଶା, କଳାହାଣ୍ଡି, ହୋମ୍ Related Content ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ by Proprietor Abhimanyu Maharana July 30, 2026 ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ by Proprietor Abhimanyu Maharana July 30, 2026 ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ by Proprietor Abhimanyu Maharana July 30, 2026 ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ by Proprietor Abhimanyu Maharana July 30, 2026 କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କର୍ମଶାଳା ଅନୁଷ୍ଠିତ by Proprietor Abhimanyu Maharana July 30, 2026 ରଥଯାତ୍ରା ପାଳନ ଉପଲକ୍ଷେ ଚତୁର୍ଥ ସନ୍ଧ୍ୟାରେ ମାଁ କୁରେଇଶୁଣୀ ଭଜନ ସଙ୍ଘ ର ଭଜନ ପରିବେଷଣ by Proprietor Abhimanyu Maharana July 30, 2026