ବିଧାନସଭା ପରିସରରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ଓଡ଼ିଶା ତାଜା ନ୍ୟୁଜ (୫ ମାର୍ଚ୍ଚ ଶୁକ୍ରବାର ) ଭୁବନେଶ୍ୱର :- ଭାରତବର୍ଷର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ରାଷ୍ଟ୍ରନୀତିଜ୍ଞ, ନବ ଉତ୍କଳର ନିର୍ମାତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ଡ଼ଃ. ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଳ ସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଯୋଗ ଦେଇ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଏବଂ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଅରବିନ୍ଦ ଢ଼ାଲି, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଉତ୍କଳ ସମ୍ମିଳନୀ ସଭାପତି ଅଦ୍ୱୈତ କୁମାର ପାତ୍ର, ସାଧାରଣ ସମ୍ପାଦକ ଅନନ୍ତ ପ୍ରସାଦ ଜେନା, ଉପସଭାପତି ଉଷାରାଣୀ ମହାନ୍ତି, ଶାନ୍ତିଲତା ସାହୁ ପ୍ରମୁଖ ଯୋଗ ଦେଇଥିଲେ । ସାମାଜିକ ସାଂସ୍କୃତିକ ଅନୁଷ୍ଠାନ “ଶାଶ୍ୱତ”ର କଣ୍ଠଶିଳ୍ପୀମାନେ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିଥିଲେ ।

Exit mobile version