Home ଓଡ଼ିଶା ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା – ଏବେ ମଧ୍ୟ ପୁଣି ଥରେ କହୁଛି ; ରୋଗ କ୍ଷେତ୍ରରେ ଆତ୍ମ ସନ୍ତୋଷ ଠିକ୍ ନୂହେଁ କାରଣ – ବିପଦ ଏବେ ବି ଟଳି ନାହିଁ by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ଆପଣମାନେ ମୋର ଅନୂରୋଧ ରକ୍ଷା କରିବେ ଏବଂ ସତର୍କ ରହିବେ : ଆମେ ସମସ୍ତେ ମିଶି ଶୂନ୍ୟ ସଂକ୍ରମଣ ଲଖ୍ୟ ହାସଲ କରିପାରିବା । ଓଡ଼ିଶା ତାଜା ନ୍ୟୁଜ (୧୪ ମାର୍ଚ୍ଚ , ରବିବାର ) ଭୁବନେଶ୍ୱର :- ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କ ସହଯୋଗରେ ଓଡ଼ିଶା କରୋନା ନିୟନ୍ତ୍ରଣରେ ଆଜି ଭଲ ସ୍ଥିତିରେ ରହିଛି । ଏ ଦିଗରେ ଆମ ପଦକ୍ଷେପକୁ ‘ହୁ’ ମଧ୍ୟ ପ୍ରଶଂସା କରିଛି । ଏବେ ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି । ଶୂନ୍ୟ ସଂକ୍ରମଣ ଆମର ଲଖ୍ୟ । ମୁଁ ଆଗରୁ କହିଛି, ଏବେ ମଧ୍ୟ ପୁଣି ଥରେ କହୁଛି ରୋଗ କ୍ଷେତ୍ରରେ ଆତ୍ମ ସନ୍ତୋଷ ଠିକ୍ ନୂହେଁ କାରଣ ବିପଦ ଏବେ ବି ଟଳି ନାହିଁ । ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟରେ ସ୍ଥିତି ଏବେ ବିଗିଡ଼ିବାରେ ଲାଗିଛି । ମହାରାଷ୍ଟ୍ରର କେତେକ ଅଞ୍ଚଳରେ ଲକ୍ଡାଉନ୍ ପୁଣି ଫେରିଛି । ଲକ୍ଡାଉନ୍ ସମୟର କଷ୍ଟ ଆମ ସ୍ମୃତିରେ ଏବେ ବି ତାଜା ଅଛି । ଆମର ଅର୍ଥନୀତି, ଆମର ସାମାଜିକ ଜୀବନ, ପିଲାମାନଙ୍କ ପାଠ ପଢ଼ା ସବୁ କ୍ଷେତ୍ରକୁ ଏହା ଗଭୀର ଭାବରେ ପ୍ରଭାବିତ କରିଛି । ଆପଣମାନଙ୍କ ତ୍ୟାଗ ଓ ସହଯୋଗ ଯୋଗୁଁ ବର୍ତ୍ତମାନ ସ୍ୱଭାବିକ ଅବସ୍ଥା ଫେରିଛି । ଆମେ କେହି ଲକ୍ଡାଉନ୍କୁ ଫେରିବାକୁ ଚାହୁଁ ନାହୁଁ । ଆଉ ଲକ୍ଡାଉନ୍କୁ ନ ଫେରିବାର ଗୋଟିଏମାତ୍ର ଉପାୟ ହେଉଛି ସତର୍କତା । ଆମେ ସତର୍କ ରହିଲେ ଲକ୍ଡାଉନ୍ ଭଳି ସ୍ଥିତି ଉପୁଜିବ ନାହିଁ । ତେଣୁ ମୋର ଅନୁରୋଧ ଆମେ ସମସ୍ତେ ପୂର୍ବଭଳି କୋଭିଡ଼୍ ଗାଇଡ୍ଲାଇନ୍କୁ କଡ଼ା କଡ଼ି ଭାବରେ ପାଳନ କରିଚାଲିବା । ବାହାରକୁ ଗଲେ ମାସ୍କ୍ ନିଶ୍ଚୟ ପିନ୍ଧିବା । ବେକରେ ଝୁଲାଇକରି ନୁହେଁ, ଠିକ୍ ଭାବରେ ପାଟି ଓ ନାକକୁ ଘୋଡାଇ ରଖି ପିନ୍ଧିବା । ଘରକୁ ଫେରିଲେ ସାବୁନ୍ରେ ଭଲକରି ହାତ ଧୋଇବା । ମୁଁହ, ନାକ ଓ ଆଖିରେ ବାରମ୍ବାର ହାତ ମାରିବା ନାହିଁ । ସମାଜିକ ଦୂରତ୍ୱ ରକ୍ଷାକରି ହାଟ ବଜାର ଆଦି ସ୍ଥାନକୁ ଯିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲାବୁଲି କରିବା ନାହିଁ । ବର୍ତ୍ତମାନ କରୋନା ପାଇଁ ଟୀକା କରଣ ଆମ ରାଜ୍ୟରେ ସଫଳ ଭାବରେ ଚାଲିଛି । ଏ ଦିଗରେ ମୁଁ ଆପଣମାନଙ୍କର ସହଯୋଗ କାମନା କରୁଛି । କରୋନା ବିରୁଦ୍ଧରେ ଆମର ଲଢ଼େଇରେ ଆମେ ଆମର ବହୁ ଯୋଦ୍ଧାଙ୍କୁ ହରାଇଛୁ । ସେମାନଙ୍କର ପରିବାର ଆଖିରୁ ଆଜି ମଧ୍ୟ ଲୁହ ଶୁଖି ନାହିଁ । ସେହି ଯୋଦ୍ଧାମାନଙ୍କର ବଳିଦାନକୁ ଆମେ କେବେ ବି ବ୍ୟର୍ଥ ଯିବାକୁ ଦେବା ନାହିଁ । ସତର୍କ ରହିବା ହିଁ ସହିଦ୍ କରୋନା ଯୋଦ୍ଧାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଚଳି । କରୋନା ନିୟମାବଳୀର ଅନୁପାଳନକୁ କଡ଼ାକଡ଼ିଭାବରେ ତଦାରଖ କରିବା ପାଇଁ ମୁଁ ପ୍ରଶାସନ ଓ ପୋଲିସ୍ କୁ ନିର୍ଦ୍ଦେଶ ଦେଇଛି । ଆମେ ନିଜେ ସତର୍କ ରହିବା ହିଁ ସବୁଠାରୁ ଭଲ । ଆପଣମାନଙ୍କ ଉପରେ ମୋର ପୂର୍ଣ୍ଣ ଭରସା ରହିଛି । ଆପଣମାନେ ମୋର ଅନୂରୋଧ ରକ୍ଷା କରିବେ ଏବଂ ସତର୍କ ରହିବେ । ଆମେ ସମସ୍ତେ ମିଶି ଶୂନ୍ୟ ସଂକ୍ରମଣ ଲଖ୍ୟ ହାସଲ କରିପାରିବା । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ଏକ ଦିବସୀୟ ଫୁଟବଲ୍ ମ୍ୟାଚ୍ ଅନୁଷ୍ଠିତ by Proprietor Abhimanyu Maharana August 3, 2026 ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ by Proprietor Abhimanyu Maharana August 3, 2026 ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ by Proprietor Abhimanyu Maharana August 3, 2026 ଜ୍ଞାନ ବିଜ୍ଞାନ ମେଳା by Proprietor Abhimanyu Maharana August 3, 2026 ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ by Proprietor Abhimanyu Maharana August 3, 2026 TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING by Proprietor Abhimanyu Maharana August 3, 2026