ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ ଓ ପୋର୍ଟାଲ ଉନ୍ମୋଚନ

ଓଡ଼ିଶା ତାଜା ନ୍ୟୁଜ ( ୨୧ ମାର୍ଚ୍ଚ ରବିବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ ଓ ପୋର୍ଟାଲ ଉନ୍ମୋଚନ କରିଛନ୍ତି । ‘ମୋ କଲେଜ’ ଅଭିଯାନରେ ରାଜ୍ୟର ସମସ୍ତ କଲେଜ ସହ ବିଶ୍ୱବିଦ୍ୟାଳୟ ସାମିଲ୍ ହୋଇଛି । ଯୋଡି ହୋଇଛି ପାଖାପାଖି ୭୫୫ଟି ଶିକ୍ଷାନୁଷ୍ଠାନ । ଏହି ଅଭିଯାନ ମାଧ୍ୟମରେ ପୂରାତନ ଛାତ୍ରଛାତ୍ରୀ ସହାୟତା ଦେଇପାରିବେ ।

ରବିବାର ‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏହି ଅଭିଯାନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରେ ଥିବା ବ୍ୟକ୍ତିବିଶେଷ କଲେଜ ସହ ଯୋଡ଼ି ହୋଇପାରିବେ । ‘ମୋ ସ୍କୁଲ’ ଭଳି ‘ମୋ କଲେଜ’ ଅଭିଯାନ ସଫଳ ହେବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି । ଏହି ଅଭିଯାନ କେବଳ କଲେଜ ଆଲୁମିନା ମଧ୍ୟରେ ସୀମିତ ନୁହେଁ ବରଂ ଏହା ସମସ୍ତଙ୍କ ଲାଗି ଉନ୍ମୁକ୍ତ । ଯେ କେହିବି ଚାହିଁଲେ କୌଣସି ଶିକ୍ଷାନୁଷ୍ଠାନ ଲାଗି ଅର୍ଥ ଦେଇପାରିବେ ।

ମୁଖ୍ୟମନ୍ତ୍ରୀ କହିଲେ ଉଚ୍ଚଶିକ୍ଷା କ୍ଷେତ୍ରରେ ସରକାର ଅନେକ ଗୁଡ଼ିଏ ପଦକ୍ଷେପ ନେଇଛନ୍ତି । ‘ମୋ କଲେଜ’ ଅଭିଯାନ ମାଧ୍ୟମରେ ଆପଣଙ୍କ ସହଯୋଗ ଆପଣ ପଢ଼ିଥିବା କଲେଜକୁ ଆଉ ଏକ ପାଦ ଆଗକୁ ଆଗେଇ ନେବ । ସରକାର ପ୍ରତି ଶିକ୍ଷାନୁଷ୍ଠାନକୁ ପ୍ରତିବର୍ଷ ୫୦ ହଜାର ଟଙ୍କା ‘ମୋ କଲେଜ’ ଅଭିଯାନ ପାଇଁ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

 

କଲେଜ ଉନ୍ନତିକରଣ ପାଇଁ ବ୍ୟକ୍ତିବିଶେଷ ଦେଉଥିବା ଅନୁଦାନର ଦୁଇଗୁଣ ଅର୍ଥ ‘ମୋ କଲେଜ’ ଅଭିଯାନର ସ୍ଥାୟୀ ପାଣ୍ଠିରୁ ଯୋଗାଇ ଦେବେ । ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷାମନ୍ତ୍ରୀ ଡ॰ ଅରୁଣ ସାହୁ, ମୋ କଲେ କାର୍ଯ୍ୟକ୍ରମର ଅଧ୍ୟକ୍ଷ ଆକାଶ ଦାସ ନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଫାଇଭ ଟି ସଚିବ ଭି କେ ପାଣ୍ଡିଆନ ଉପସ୍ଥିତ ଥିଲେ ।

Exit mobile version