ଓଡିଶା ତାଜା ନ୍ୟୁଜ୍ ( ୨୫ ମାର୍ଚ୍ଚ ଗୁରୁବାର ) ରଣପୁର :– ରଣପୁର ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀର ଭଲ ପାଠ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ରଣପୁର ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ, ସମ୍ମାନିତ ଅତିଥି ଭାବେ ମୋ ସ୍କୁଲ କମିଟିର ସଭାପତି ନବକିଶୋର ରାୟ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମାଧବ ଚନ୍ଦ୍ର ପ୍ରଧାନ, ସୂର୍ଯ୍ୟ ନାରାୟଣ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ l
ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବନଲତା ବେହେରା ସଭାପତିତ୍ବ କରିଥିଲେ l ବରିଷ୍ଠ ଶିକ୍ଷକ ବସନ୍ତ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ l ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀମାନେ କିପରି ଆହୁରି ଭଲ ରେଜଲ୍ଟ କରିବେ ସେ ନେଇ ବିଧାୟକ ଶ୍ରୀ ପ୍ରଧାନ ଓ ତହସିଲଦାର ଶ୍ରୀ ସାମନ୍ତରାୟ ପିଲାମାନଙ୍କୁ ବିଭିନ୍ନ ଉପଦେଶ ଦେଇଥିଲେ l ବିଦ୍ୟାଳୟ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବିତରଣ କରାଯାଇଥିଲା l
