ଓଡ଼ିଶା ତାଜା ନ୍ୟୁଜ (୨୬ ମାର୍ଚ୍ଚ ଶୁକ୍ରବାର ) ଭୁବନେଶ୍ୱର :- ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆହୂତ ଭାରତ ବନ୍ଦକୁ ସମର୍ଥନ କରି ଆଜି ଆମ ଅଧିକାର ପକ୍ଷରୁ ନବୀନ ନିବାସ, ରାଜମହଲ ଛକ ଓ ଏଜି ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କଳା କୃଷି ନୀତି ବାତିଲ ଦାବିରେ ‘ଆମ ଅଧିକାର’ର କର୍ମକର୍ତ୍ତାମାନେ ଫରେଷ୍ଟ ପାର୍କସ୍ଥିତ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ନବୀନ ନିବାସ ଅଭିମୁଖେ ଯାତ୍ରା କରିଥିଲେ । ଅଧାବାଟରେ ପୋଲିସ୍ ବାଧା ଦେବାରୁ ପୋଲିସ୍ ସହ ସେଠାରେ ଧସ୍ତାଧସ୍ତି ହୋଇଥିଲା ।

