ଓଡ଼ିଶା ତାଜା ନ୍ୟୁଜ୍ (୨୭ ମାର୍ଚ୍ଚ ,ଶନିବାର ) ଭୁବନେଶ୍ୱର :- ରାଜ୍ୟରେ ବିଦ୍ୟୁତ ଦର କିଲୋୱାଟ୍ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧିକୁ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ ମଞ୍ଜୁରୀ ଦେଇଛି । ଫଳରେ ହାରାହାରି ଖୁଚୁରା ତାରିଫ ୫.୬୦ ପ୍ରତିଶତକୁ ବୃଦ୍ଧି କରାଯାଇଛି । ଏଣିକି ପ୍ରଥମ ୫୦ ୟୁନିଟ ପାଇଁ ୟୁନିଟ୍ ପିଛା ମୂଲ୍ୟ ୩ ଟଙ୍କାକୁ ବୃଦ୍ଧି ହୋଇଛି । ସେହିପରି ୫୧ରୁ ୧୦୦ ୟୁନିଟ୍ ପାଇଁ ୪.୮୦ ଟଙ୍କା, ୨୦୧ରୁ ୪୦୦ ୟୁନିଟ୍ ପାଇଁ ୫.୮୦ ଟଙ୍କା ଓ ୪୦୦ ୟୁନିଟରୁ ଅଧିକ ହେଲେ ୟୁନିଟ୍ ପିଛା ଦର ୬.୨୦ ଟଙ୍କା ଦେବାକୁ ପଡିବ ।
