
ଓଡ଼ିଶା ତାଜା ନ୍ୟୁଜ୍ (୦୧ ଏପ୍ରିଲ ୨୦୨୧, ଗୁରୁବାର) ଢେଙ୍କାନାଳ :- ଜିଲ୍ଲା ସଦର ମହକୁମାରେ ୮୬ତମ ଓଡ଼ିଶା ଦିବସ ପାଳିତ ହୋଇଯାଇଅଛି । ଏହି ଅବସରରେ ସକାଳ ୬ ଘଟିକା ସମୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଡ଼ାକବାଜି ଯନ୍ତ୍ର ଦ୍ବାରା ସହର ମଧ୍ୟରେ “ବନ୍ଦେ ଉତ୍କଳ ଜନନୀ” ସଙ୍ଗୀତ ଗାନ କରାଯାଇଥିଲା । ସକାଳ ୯ ଘଟିକା ସମୟରେ ମାନ୍ୟବର ମନ୍ତ୍ରୀ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ଓ ଉଚ୍ଚଶିକ୍ଷା ବିଭାଗ, ଓଡ଼ିଶା, ଡଃ ଅରୁଣ କୁମାର ସାହୁ, ମାନ୍ୟବର ବିଧାୟକ ଶ୍ରୀ ସୁଧୀର କୁମାର ସାମଲ, ଜିଲ୍ଲାପାଳ ଶ୍ରୀ ଭୁମେଶ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ,
ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ନରୋତ୍ତମ ବେହେରା, ପୌର ନିର୍ବାହୀ ଅଧିକାରୀ ଶ୍ରୀ ଅତନୁ କୁମାର ସାମନ୍ତ ପ୍ରମୁଖ ଉତ୍କଳ ଗୌରବ ମଧୁସୂଦନ ଦାସ, ସ୍ଵାଧୀନତା ସଂଗ୍ରାମୀ ସାରଙ୍ଗଧର ଦାସ, ଜାତିର ଜନକ ମହାତ୍ମାଗାନ୍ଧୀ, ଡଃ ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ଏବଂ ବାଜିଚୌକ ସ୍ଥିତ ସହୀଦ ସ୍ମୃତି ସ୍ତମ୍ଭରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ପରେ ଟାଉନ୍ ହଲସ୍ଥ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ବ୍ୟାସକବି ଫକୀରମୋହନ ସେନାପତି, ଗୋପବନ୍ଧୁ ଦାସ, ମଧୁସୂଦନ ଦାସ ଏବଂ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଦେବଙ୍କ ଫଟୋଚିତ୍ରରେ ପୁଷ୍ପାର୍ଘ୍ୟ ପ୍ରଦାନ କରିଥିଲେ ।
