ଓଡ଼ିଶା ତାଜା ନ୍ୟୁଜ୍ (୦୧ ଏପ୍ରିଲ ୨୦୨୧, ଗୁରୁବାର) ଭୁବନେଶ୍ୱର :- ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ଖଲିକୋଟ ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ, ପଣ୍ଡିତ ଗୋଦାବରୀଶ ମିଶ୍ର, ଫକୀର ମୋହନ ସେନାପତି, ଗଙ୍ଗାଧର ମେହରଙ୍କ ପରି ବରପୁତ୍ର ମାନଙ୍କ ତ୍ୟାଗ ଓ ସଂଗ୍ରାମ ଯୋଗୁ ସ୍ବତନ୍ତ୍ର ଓଡିଶାର ସ୍ବପ୍ନ ସଫଳ ହୋଇପାରିଥିଲା। ଏହି ଅବସରରେ ମୁଁ ସେମାନଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଓଡିଆ ଭାଷା, ସାହିତ୍ୟ, ନୃତ୍ୟ, ସଂଗୀତ ଓ କଳାକୁ ଯେଉଁମାନେ ସମୃଦ୍ଧ କରିଯାଇଛନ୍ତି ସେମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି। ଆମର ବରପୁତ୍ରମାନେ ଓଡିଆ ଜାତି ପାଇଁ ଅନେକ ସ୍ବପ୍ନ ଦେଖିଥିଲେ। ଭାଷା, ସାହିତ୍ୟ ଓ ସଂସ୍କୃତିର ସୁରକ୍ଷା ସହିତ ବିକାଶ କ୍ଷେତ୍ରରେ ଓଡିଶା ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବ ବୋଲି ସେମାନେ ଦୃଢ ନିଶ୍ଚିତ ଥିଲେ।

