Home ଓଡ଼ିଶା ସମଲେଇ ଯୋଜନା ଥଇଥାନ ଓ ପୁନର୍ବାସ ପ୍ୟାକେଜ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ସମସ୍ତଙ୍କ ପାଇଁ ଆକର୍ଷଣୀୟ କ୍ଷତିପୂରଣ ବ୍ୟବସ୍ଥା ପୂଜାରୀଙ୍କ ପାଇଁ ଜମି ବଦଳରେ ଜମି ଓ ଘର ପାଇଁ ସହାୟତା ପ୍ରକଳ୍ପ କୁ ଆଗେଇ ନେବା ପାଇଁ ସମସ୍ତ ଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶା ତାଜା ନ୍ୟୁଜ୍ (୦୯ ଏପ୍ରି ୨୦୨୧, ଶୁକ୍ରବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି। ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସଂପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି। ପ୍ୟାକେଜକୁ ଅନୁମୋଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା ସମଲେଶ୍ବରୀଙ୍କ କ୍ଷେତ୍ରର ଉନ୍ନତି ପାଇଁ ସ୍ଥାନୀୟ ଜନସାଧାରଣ ଯେଉଁ ତ୍ୟାଗ କରିଛନ୍ତି, ତାକୁ ଯୁଗ ଯୁଗ ଧରି ଆମର ଉତ୍ତରପୀଢି ମନେରଖିବେ। ଏହା ସହିତ ପ୍ରକଳ୍ପ କୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ସମ୍ବଲପୁରର ପ୍ରସିଦ୍ଧ ମା ସମଲେଶ୍ବରୀ ମନ୍ଦିର ତଥା ଆଖପାଖ ଅଞ୍ଚଳର ବିକାଶ ପାଇଁ ସମଲେଇ ଯୋଜନା (Samaleswari Temple Area Management and Local Economic Initiative) କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନା ପାଇଁ ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ କରାଯାଇଥିଲା । ଏଥିରେ ଡିଜାଇନ, ପରିବହନ, ନଦୀ ସମ୍ମୁଖଭାଗର ଉନ୍ନତିକରଣ ଓ ଅନ୍ୟାନ୍ୟ ବ୍ୟବସ୍ଥା ସହିତ ଆକର୍ଷଣୀୟ ଥଇଥାନ ବ୍ୟବସ୍ଥା ପାଇଁ ମଧ୍ୟ ପ୍ରସ୍ତାବ ଆସିଥିଲା । ଏହିସବୁ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଥଇଥାନ ଓ ପୁନର୍ବାସ ପ୍ୟାକେଜ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମସ୍ତ କାର୍ଯ୍ୟ ପାଇଁ ଲୋକଙ୍କ ଠାରୁ ମତାମତ ସଂଗ୍ରହ ଜାରି ରହିଛି । ଆବଶ୍ୟକସ୍ଥଳେ ଲୋକଙ୍କ ମତାମତା ଅନୁଯାୟୀ ଏହାକୁ ଆହୁରି ଆକର୍ଷଣୀୟ କରାଯିବ। ସଂପୂର୍ଣ୍ଣ ସମଲେଇ ଯୋଜନାକୁ ମଇ ୧୫ ତାରିଖ ସୁଦ୍ଧା ପ୍ରସ୍ତୁତ କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ଥଇଥାନ ଓ ପୁନର୍ବାସ ପ୍ୟାକେଜରେ ନିମ୍ନଲିଖିତ ବ୍ୟବସ୍ଥା କରାଯାଇଛି । ୧. ବେସରକାରୀ ଜାଗାରେ ଘର • ବେସରକାରୀ ଜାଗାରେ ଘର କରିଥିବା ଲୋକଙ୍କ ଜମିକୁ ସିଧାସଳଖ କିଣାଯାଇ ଅଧିଗ୍ରହଣ କରାଯିବ ଏବଂ Right to Fair Compensation and transparency of land acquisition, rehabilitation and resettlement Act 2013 ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ। • ମନ୍ଦିରର ପୂଜାରୀ ମାନଙ୍କୁ ଜମି ବଦଳରେ ଜମି ପ୍ରଦାନର ସୁବିଧା ରହିବ । ଯଦି ପ୍ରଦାନ କରାଯାଉଥିବା ଜମିର ମୂଲ୍ୟ ପୂଜାରୀଙ୍କ ମୂଳ ଜମିର ବଜାର ଦର ଠାରୁ କମ୍ ରୁହେ, ତେବେ ମୂଲ୍ୟର ପାର୍ଥକ୍ୟ ଅନୁଯାୟୀ କ୍ଷତିପୂରଣ ଟଙ୍କା ଆକାରରେ ମଧ୍ୟ ପ୍ରଦାନ କରାଯିବ। ଏହା ସହିତ ପୂଜାରୀ ମାନଙ୍କୁ ୨୦ ଲକ୍ଷ ଟଙ୍କାର ପୁନର୍ବାସ ଭତ୍ତା କିମ୍ବା ତାଙ୍କ ଘରର ମୂଲ୍ୟ, ଯାହା ଅଧିକ ଥିବ, ତାକୁ ପ୍ରଦାନ କରାଯିବ । • ପରିବହନ ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ ଲକ୍ଷ ଟଙ୍କା ତୁରନ୍ତ ପ୍ରଦାନ କରାଯିବ। • ପ୍ରତ୍ୟେକ ପରିବାରକୁ ୧୨ ମାସ ପାଇଁ ୧୦ ହଜାର ଟଙ୍କା ଘରଭଡା ଦିଆଯିବ। • ଯେଉଁ ପୂଜାରୀ ମାନଙ୍କର ଘର ନଥିବ, ସେମାନଙ୍କ ପାଇଁ ଜିଲ୍ଲାପାଳଙ୍କ ସହ ଆଲୋଚନା ଜରିଆରେ ଉପଯୁକ୍ତ ପୁନର୍ବାସ ପ୍ୟାକେଜ ଦିଆଯିବ। ୨. ବେସରକାରୀ ଜାଗାରେ ଦୋକାନ ଘର • ଜାଗାର ପଟ୍ଟା ଥିବା ସବୁ ଦୋକାନ ମାଲିକ ମାନଙ୍କ ଠାରୁ ଜମିକୁ ସିଧାସଳଖ କିଣାଯିବ। • କ୍ଷତିପୂରଣ ଆଇନ ୨୦୧୩ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ। • ଦୋକାନକୁ ଅନ୍ୟଜାଗାରେ ଅବସ୍ଥାପିତ କରିବା ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଦୁଇଟି ସମାନ କିସ୍ତିରେ ପ୍ରଦାନ କରାଯିବ। ଉଚ୍ଥେଦପ୍ରକ୍ରିୟା ଆରମ୍ଭରୁ ଗୋଟିଏ କିସ୍ତି ଏବଂ ସଂପତ୍ତି ଅଧିଗ୍ରହଣ ପରେ ଆଉ ଏକ କିସ୍ତି ପ୍ରଦାନ କରାଯିବ। ୩. ସରକାରୀ ଜାଗାରେ ବସ୍ତିରେ ଥିବା ଅନଧିକୃତ ଘର • ଛୋଟ ଛୋଟ କଚ୍ଚା ଘର କିମ୍ବା ଆଂଶିକ ପକ୍କା ଘର ଥିବା ପରିବାରକୁ ଏକକାଳୀନ ୫୦ ହଜାର ଟଙ୍କା କିମ୍ବା ଘରର ମୂଲ୍ୟ, ଯାହା ଅଧିକ ଥିବା ତାହା ଦିଆଯିବ। ଏହାସହିତ ଲୋକଙ୍କ ପୁନର୍ବାସ ପାଇଁ ୬୫୦ ବର୍ଗଫୁଟ ଅଞ୍ଚଳର ଜାଗା ଦିଆଯିବ। ବଡ ବଡ ପକ୍କା ଘର ଥିବା ବସ୍ତିର ପରିବାର ଗୁଡିକୁ ଘରର ମୂଲ୍ୟ ଏବଂ ୬୫୦ ବର୍ଗଫୁଟର ଜାଗା ଦିଆଯିବ। • ସମ୍ବଲପୁର ମହାନଗର ନିଗମ ଦ୍ବାରା ପରିବହନ, ୮ ଦିନ ପାଇଁ ଖାଦ୍ୟ ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇ ଦିଆଯିବ। ୪. ବସ୍ତି ବ୍ୟତୀତ ଅନ୍ୟ ଜାଗାରେ ଥିବା ବେସରକାରୀ ଜାଗାରେ ଅନଧିକୃତ ଘର • ପ୍ରତ୍ୟେକ ପରିବାର ପାଇଁ ଘରର ବଜାର ଦର ଅନୁଯାୟୀ କ୍ଷତିପୂରଣ • ପ୍ରତ୍ୟେକ ପରିବାର ପାଇଁ ୨,୫୭,୪୭୫ ଟଙ୍କା ପୁନର୍ବାସ ସହାୟତା • ଅନ୍ୟସ୍ଥାନକୁ ଯିବା ପାଇଁ ପରିବାର ପିଚ୍ଛା ଏକକାଳୀନ ୫୦ ହଜାର ଟଙ୍କା ସହାୟତା ୫. ସରକାରୀ ଜାଗାରେ ଥିବା ଅନଧିକୃତ ଦୋକାନ ଘର • ଆଶିଂକ ପକ୍କା ଘର ଥିବା ଦୋକାନ ଘର ଏକକାଳୀନ ୩୦ ହଜାର ଟଙ୍କା ଓ ସଂପୂର୍ଣ୍ଣ ପକ୍କା ଘର ପାଇଁ ଏକକାଳୀନ ୫୦ ହଜାର ଟଙ୍କା ସହାୟତା ଦିଆଯିବ। ୬. ସରକାରୀ ଜାଗାରେ ଥିବା ଉଠାଦୋକାନୀ • ଉଠାଦୋକାନୀ ମାନଙ୍କୁ ୩୦ ହଜାର ଟଙ୍କା ଦୁଇଟି ସମାନ କିସ୍ତିରେ ପ୍ରଦାନ କରାଯିବ। • ସେମାନଙ୍କ ପାଇଁ ଏକ Street Vending Plan କରାଯିବ ଏବଂ କ୍ଷତିଗ୍ରସ୍ତ ଦୋକାନୀ ମାନଙ୍କୁ ଦୋକାନ ପାଇଁ ଜାଗା ଦିଆଯିବ। ୭. ସରକାରୀ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସଂସ୍ଥାକୁ ସହାୟତା • ସମ୍ବଲପୁର ଜିଲ୍ଲାପାଳ ସରକାରୀ କାର୍ଯ୍ୟାଳୟ ଗୁଡିକ ପାଇଁ ଅନ୍ୟତ୍ର ସାମୟିକ ବ୍ୟବସ୍ଥା କରିବେ ଏବଂ ସେମାନଙ୍କୁ ସରକାରୀ ଜାଗାରେ ଅଫିସ ବିଲ୍ଡିଂ କରିବା ପାଇଁ ସ୍ଥାନ ଯୋଗାଇ ଦେବେ । ୮. ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ଥଇଥାନ • ପ୍ରକଳ୍ପ ଅଞ୍ଚଳରେ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ଜିଲ୍ଲାପାଳଙ୍କ ଦ୍ବାରା ଏକ ସଂପୂର୍ଣ୍ଣ ଥଇଥାନ ଯୋଜନା କରାଯିବ। ଏହାକୁ ସମ୍ବଲପୁର ମହାନଗର ନିଗମ ଦ୍ବାରା କାର୍ଯ୍ୟକାରୀ କରାଯିବ। ଏଥିରେ vocational training, ଆର୍ଥିକ ସହାୟତା, ସ୍ବାସ୍ଥ୍ୟ ସହାୟତା, ରେସନ କାର୍ଡ ବ୍ୟବସ୍ଥା, ସ୍ଥାନୀୟ ସମ୍ବଳର ଉପଯୋଗ, ଆଶ୍ରୟ ଘର ଏବଂ MBPY ଅନ୍ତର୍ଭୁକ୍ତ କରିବା ପାଇଁ ବ୍ୟବସ୍ଥା ରହିବ । ୯. ସରକାରୀ ଜମିରେ ଥିବା ଧାର୍ମିକ ଅନୁଷ୍ଠାନ ଓ କ୍ଲବ • ଏହିସବୁ ସଂସ୍ଥାଗୁଡିକୁ ଏକକାଳୀନ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ । ଆଲୋଚନାରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସନଚାଳନା କରିଥିଲେ । Categories: ଓଡ଼ିଶା, ଦେଶ, ମହାନଗର, ହୋମ୍ Related Content ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ by Proprietor Abhimanyu Maharana March 10, 2026 ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ by Proprietor Abhimanyu Maharana March 10, 2026 ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ by Proprietor Abhimanyu Maharana March 10, 2026 ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ by Proprietor Abhimanyu Maharana March 10, 2026 ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ by Proprietor Abhimanyu Maharana March 10, 2026 ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ - ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana March 10, 2026