ମୟୂରଭଞ୍ଜରୁ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ମୟୂରଭଞ୍ଜରୁ ୫୨, ପଜିଟିଭ୍ ଚିହ୍ନଟ

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଏପ୍ରି ୨୦୨୧, ଶୁକ୍ରବାର ) ବାଲେଶ୍ୱର :- ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜରୁ ୫୨ ପଜିଟିଭ୍ ଚିହ୍ନଟ l ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତ lସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି । (ଦୀପ୍ତିମାନ ପତି, ବାଲେଶ୍ୱର )

Exit mobile version