ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ଉପରେ ଗୁରୁତ୍ୱ : ମଇ 15ରୁ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଏପ୍ରିଲ ଶନିବାର ଭୁବନେଶ୍ୱର :- “ଆମେ କଥା ନୁହେଁ କାମରେ ବିଶ୍ୱାସ କରୁ ‘ଏହି ଉକ୍ତି କୁ ଅକ୍ଷରେ ଅଷରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିରନ୍ତର କାମ କରିଚାଲିଛନ୍ତି । ଆଗାମୀ ମଇ 29ତାରିଖ ଦିନ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ବିତୀୟ ଵର୍ଷ ପୂରଣ କରୁଛି । ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ରେ ସରକାର ଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛନ୍ତି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଆଗମୀ ମଇ 15 ରୁ 25 ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିବ । ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଭ୍ୟ ମାନଙ୍କୁ ବ୍ୟକ୍ତିଗତ ଭାବରେ ପତ୍ର ଲେଖି ଏହା ଜଣାଇଛନ୍ତି ।

ସଚିବ ମାନଙ୍କ ଉପସ୍ଥିତି ରେ ମନ୍ତ୍ରୀ ମାନେ ସେମାନଙ୍କ ବିଭାଗ ଦ୍ବାରା କାର୍ଯ୍ୟ କାରୀ ହେଉଥିବା ପାଞ୍ଚଟି ପ୍ରମୁଖ କାର୍ଯ୍ୟ କ୍ରମ ର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିବେ । ଏହା ସହିତ 5T ଓ ମୋ ସରକାର କାର୍ଯ୍ୟକ୍ରମ ସେମାନଙ୍କ ବିଭାଗ ରେ କିଭଳି କାର୍ଯ୍ୟ କାରୀ କରାଯାଇଛି ଏବଂ ଏହା ସେମାନଙ୍କ ବିଭାଗର କାର୍ଯ୍ୟ ଧାରାରେ କିଭଳି ଉନ୍ନତି ଆଣିଛି ଓ ବିଭାଗ କୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀ ମାନେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିବେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଣତନ୍ତ୍ର ରେ ଜନତା ହେଉଛନ୍ତି ମାଲିକ । ତେଣୁ ଗଣତନ୍ତ୍ର ରେ ଉତ୍ତର ଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଓଡ଼ିଶାର ସାଢ଼େ ଚାରି କୋଟି ଜନତା ଯେଉଁ ଦାୟିତ୍ୱ ଆମକୁ ଦେଇଛନ୍ତି।ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ ତାକୁ ପାଳନ ଦିଗରେ କେତେ ଦୂର ଆମେ ସଫଳ ହୋଇଛୁ ତାର ହିସାବ ଲୋକଙ୍କୁ ଦେବାକୁ ହେଵ ଓ ଏହା ଗଣତନ୍ତ୍ର ର ମର୍ଯ୍ୟଦା ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ 2019 ମଇ 29 ତାରିଖ ଦିନ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟ କାରୀ କରିବା ପାଇଁ ନୀତଗତ ନିଷ୍ପତ୍ତି ନେଇ ଥିଲେ । ଆଗାମୀ ମଇ 29ରେ ମନ୍ତ୍ରୀ ପରିଷଦର ସ୍ବତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ । 2014 ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତଗତ ନିଷ୍ପତ୍ତି ନେଇଥିଲେ ।

Exit mobile version