ରାଜ୍ୟ କ୍ୟାବିନେଟ୍‌ ବୈଠକରେ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ବିଦ୍ୟାଳୟ ଓ ଗଣଶିକ୍ଷା, ଆଇନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଂପୃକ୍ତ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦିତ ହୋଇଛି

ମାସ୍କ ପିନ୍ଧନ୍ତୁ, ସୁରକ୍ଷିତ ରୁହନ୍ତୁ’

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମେ ସଚେତନ ଏବଂ ସତର୍କ ରହିଲେ କୋଭିଡ୍‌-୧୯ ଆମକୁ କେବେ ହରାଇ ପାରିବ ନାହିଁ ।

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଏପ୍ରିଲ ସୋମବାର )  ଭୁବନେଶ୍ୱର : – ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ବିଦ୍ୟାଳୟ ଓ ଗଣଶିକ୍ଷା, ଆଇନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଂପୃକ୍ତ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦିତ ହୋଇଛି । 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମେ ସଚେତନ ଏବଂ ସତର୍କ ରହିଲେ କୋଭିଡ୍‌-୧୯ ଆମକୁ କେବେ ହରାଇ ପାରିବ ନାହିଁ । ମାସ୍କ ପିନ୍ଧିବା ଏବଂ କଡ଼ାକଡ଼ି ଭାବେ କୋଭିଡ୍‌ ନିୟମ ପାଳନ କରିବା ହେଉଛି ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଆହ୍ୱାନ ବୋଲି ଉଲ୍ଲେଖ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଚେତନ ହେବା ଏବଂ ବିନା ଲକ୍‌ଡାଉନ୍‌ରେ କରୋନାକୁ ହରାଇ ଉଦାହରଣ ସାଜିବା ପାଇଁ ଅନୁରୋଧ କରିଛନ୍ତି । 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତିକରଣ ଲକ୍ଷ୍ୟ ନେଇ ଆହାର କେନ୍ଦ୍ର ପରିଚାଳନାରେ ମିଶନ ଶକ୍ତି ମା’ମାନଙ୍କୁ ରାଜ୍ୟ ସରକାରଙ୍କ ଦାୟିତ୍ୱ ପ୍ରଦାନ ସଫଳ ସାବ୍ୟସ୍ତ ହେଉଛି । ରାଜ୍ୟର ୧୫୭ଟି ମିଶନ ଶକ୍ତିର ୨ ହଜାରରୁ ଊଦ୍ଧ୍ୱର୍ ମହିଳା ସହରାଞ୍ଚଳରେ ଥିବା ୧୬୬ଟି ଆହାର କେନ୍ଦ୍ରର ସୁପରିଚାଳନାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ତୁଲାଉଛନ୍ତି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି । 

ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା 

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୯୪,୦୦,୪୫୬ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି ।

ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୫୧, ୩୦୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । 

୩,୪୦, ୦୬୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । 

୧୯୨୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି ।

ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟ ୯୨୫୯ ରହିଛି ।

୯୨୫୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version