ନୟାଗଡ଼ ଜିଲ୍ଲାରେ ସ୍ଥିତି ଅସମ୍ଭାଳ – ୬୩ ପଜିଟିଭ୍ ଚିହ୍ନଟ

ଓଡ଼ିଶା ତାଜା ନ୍ୟୁଜ୍ ( ୨୦ ଏପ୍ରିଲ , ମଙ୍ଗଳବାର ) ନୟାଗଡ଼ :- ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରୁ ୬୩ ପଜିଟିଭ୍ ଚିହ୍ନଟ l ନୟାଗଡ଼ ଜିଲ୍ଲାରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି ।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜିଲ୍ଲାର ନୂଆ ୬୩ ଆକ୍ରାନ୍ତକୁ ମିଶାଇ ଜିଲ୍ଲାରେ ସକ୍ରିୟ ମାମଲା ସଂଖ୍ୟା ୨୩୫ ରେ ପହଞ୍ଚିଥିବା ଜଣାଯାଇଛି । ଜିଲ୍ଲାରୁ ଗତକାଲି ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଦୁଇ ସପ୍ତାହ ମଧ୍ୟରେ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । (ରିପୋର୍ଟ – ଅଶ୍ଵିନୀ କୁମାର ସାହୁ )

ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ :- ୯୫,୯୯,୮୭୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି ।  ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୬୮, ୨୫୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩,୪୪, ୮୨୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି ।  ୧୯୪୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟ ୨୧,୪୩୬ ରହିଛି । ୨୧,୪୩୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି

Exit mobile version