ଏମ୍ କେ ସି ଜି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟ ରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଙ୍କ ୧୩୦ ଜନ୍ମ ଜୟନ୍ତୀ ପାଳିତ

ଓଡିଶା ତାଜା ନ୍ୟୁଜ (୨୬ ଏପ୍ରିଲ , ସୋମବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ସ୍ଥାନୀୟ କଣ୍ଟେଇକୋଳି ଗ୍ରାମ ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟ ରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଙ୍କ ୧୩୦ ତମ ଜନ୍ମ ଜୟନ୍ତୀ କରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି । ଆଜି ର କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ସଂପାଦକ ଦଣ୍ଡାସି ସାହୁ ଙ୍କ ସମେତ ସମସ୍ତ ପରିଚାଳନା କମିଟି ବୃନ୍ଦ, ଶିକ୍ଷକ ଶିକ୍ଷୟତ୍ରୀ ଓ

କର୍ମଚାରୀ ଗଣ ଯୋଗ ଦେଇଥିଲେ । ଆଜି ମଧ୍ୟ ଛାତ୍ର ଛାତ୍ରୀ ମାନଙ୍କ ର ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହାସହ ମୋହନା ବସଷ୍ଟାଣ୍ଡ ଠାରେ ଥିବା ଗଜପତିଙ୍କ ପ୍ରତିମୂର୍ତ୍ତିରେ ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ     (ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Exit mobile version