ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଓଡ଼ିଶା ବିଧାନସଭା 28.2.2020 :- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଆଜି ଓଡ଼ିଶାର ବର ପୁତ୍ର, ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଓ ମହାନ ବି ପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି । ଏହି ଉ ପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି ଡ.ସୂର୍ଯ୍ୟନାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏଡି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅ ର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବାଚସ୍ପତି ଡ. ପାତ୍ର, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟା ପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ଜଳସଂ ପଦ, ସୂଚନା ଓ ଲୋକସଂ ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ସରକାରୀ ଦଳ ଉ ପମୁଖ୍ୟ ସଚେତକ ଶ୍ରୀ ରୋହିତ ପୂଜାରୀଙ୍କ ସମେତ ବିଧାନସଭାର ମାନ୍ୟବର ସଦସ୍ୟ, ପୂର୍ବତନ ସଦସ୍ୟ, ଉତ୍କଳ ସମିଳନୀର କର୍ମକର୍ତ୍ତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବର ପୁତ୍ରଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ବୀର ସୁରେନ୍ଦ୍ର ସାଏଙ୍କ ଏକ ସଂଗୀତ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତ ପଥୀ ଓ ବିଧାନସଭାର କର୍ମଚାରୀମାନେ ଉ ପସ୍ଥିତ ଥିଲେ । ଯୁଗ୍ ନିର୍ଦ୍ଦେଶକ(ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିକୁ ସେଂଯୋଜନା କରିଥିଲେ ।
ବିଧାନସଭା ପରିସରରେ ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧଦିବସ ପାଳିତ

- Categories: Uncategorized, ଓଡ଼ିଶା, ହୋମ୍
Related Content
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା...
by
Proprietor Abhimanyu Maharana
September 7, 2026
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ
by
Proprietor Abhimanyu Maharana
September 7, 2026
ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬
by
Proprietor Abhimanyu Maharana
September 7, 2026
ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ
by
Proprietor Abhimanyu Maharana
September 7, 2026
ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା
by
Proprietor Abhimanyu Maharana
September 7, 2026
ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ
by
Proprietor Abhimanyu Maharana
September 7, 2026