ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ଓଡ଼ିଶା ତାଜା ନ୍ୟୁଜ୍ (୦୭ ମଇ ଶୁକ୍ରବାର ) ଭୁବନେଶ୍ୱର :- କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇ ରେ ରୋଗୀ ଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସନ୍ ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ 2020 ଅପ୍ରେଲରୁ ବ୍ୟବହାର କରିଆସୁଥିଲେ ।
ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ , ମହାମାରୀ ର ଏ ବିପଦ ସମୟରେ ମାନଵିକତା ତଥା ମୁମ୍ବାଇ ର ଜନସାଧାରଣଙ୍କ ପ୍ରତି ସଦିଛ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
