କାଳବୈଶାଖୀ ଜନିତ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲା‌କୁ ୟେଲୋ-ୱାର୍ଣ୍ଣିଂ ଜାରି କରିଛି

ଆଜିର ପାଣିପାଗ ଖବର ..

ଓଡ଼ିଶା ତାଜା ନ୍ୟୁଜ୍ (୦୭ ମଇ ଶୁକ୍ରବାର )ଭୁବନେଶ୍ୱର :-କାଳବୈଶାଖୀ ଜନିତ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲା‌କୁ ୟେଲୋ-ୱାର୍ଣ୍ଣିଂ ଜାରି କରିଛି । ଅପରପକ୍ଷେ କୌଣସି ଅଘଟଣ ପାଇଁ ସତର୍କ ରହିବା ଓ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନ୍‌ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି । କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, ସମ୍ବଲପୁର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ କେନ୍ଦ୍ର ଏହି ୧୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ସେହିପରି ୮ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ସମ୍ବଲପୁର, ବୌଦ୍ଧ, କନ୍ଧମ‌ାଳ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୯ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯ‌ାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ଏବଂ ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଣୁ ଏ ସବୁ ଜିଲ୍ଲାରେ ସତର୍କ ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି । (ଲାଲା ଅନନ୍ତ କୁମାର ସିଂହ)

Exit mobile version