ଓଡ଼ିଶା ତାଜା ନ୍ୟୁଜ (୧୨ ମଇ ବୁଧବାର ) ହିଞ୍ଜିଳିକାଟୁ :- କରୋନା ଭୁତାଣୁର ଦ୍ଵିତୀୟ ଲହର ସାରା ରାଜ୍ୟରେ ଅତି ଭୟଙ୍କର ହୋଇଛି । ସବୁଠାରେ ଘନଉଛି ଭୀଷଣ ସଂକ୍ରମଣ । ସଂକ୍ରମଣର ତୀବ୍ରତା ବେଶ କିଛି ଦିନ ଧରି ବୃଦ୍ଧି ପାଉଛି । କିଛି ଆକ୍ରାନ୍ତ ସୁସ୍ଥ ହେଉଥିବା ବେଳେ କିଛି ସଂକ୍ରମିତଙ୍କ ମୁଣ୍ଡ ଗଡ଼ିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖାଦେଇଛି ଭୟ ଓ ଆତଙ୍କର ବାତାବରଣ । ପରିସ୍ଥିତି ଏପରି ହୋଇଛି ଯେ ସାମାଜିକ ବ୍ୟବସ୍ଥା ଓ ଜୀବନ ଜୀବିକା ପ୍ରଭାବିତ ହୋଇ ବିପର୍ଯ୍ୟସ୍ତ ଆଡକୁ ଗତି କରୁଛି। ରାଜ୍ୟର ଅନ୍ୟାନ୍ୟ ଜିଲ୍ଲା ଭଳି ଗଞ୍ଜାମ ଜିଲ୍ଲାର ସ୍ଥିତି ଅତି ସଙ୍ଗୀନ। ବେହାଲ ଆଡକୁ ଗତି କରୁଛି। କରୋନାକୁ ମାତ ଦେବା ପାଇଁ ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ଗୁରୁତ୍ୱାରୋପ କରାଯାଇଛି ।
