Home ଓଡ଼ିଶା ଯୁକ୍ତ -୨ ଶିକ୍ଷାନୁଷ୍ଠାନ ଗୁଡ଼ିକର ପୃଥକୀକରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଗୁରୁତ୍ୱାରୋପ by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ (୧୯ ମଇ ବୁଧବାର ) ଭୁବନେଶ୍ୱର :- ଯୁକ୍ତ-୨ ଶିକ୍ଷାକୁ ଉଚ୍ଚଶିକ୍ଷା ବିଭାଗରୁ ପୃଥକ କରାଯାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମିଶ୍ରଣ କରାଯାଇଥିବା ବେଳେ ଯୁକ୍ତ-୨ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ଡିଗ୍ରୀ କଲେଜରୁ ପୃଥକୀ କରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଗୁରୁତ୍ୱାରୋପ କରିଛନ୍ତି । ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଉଚ୍ଚଶିକ୍ଷା ଅନୁଷ୍ଠାନରୁ ପୃଥକ କରିବା ପ୍ରକ୍ରିୟାର ଅଗ୍ରଗତି ସଂପର୍କରେ ସମୀକ୍ଷା ନିମନ୍ତେ ଏକ ଉଚ୍ଚସ୍ତରୀୟ ବୈଠକ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଇତି ମଧ୍ୟରେ କିଛି ସ୍ଥାନରେ ଯୁକ୍ତ-୨ ଏବଂ ଡିଗ୍ରୀ ମହାବିଦ୍ୟାଳୟ ପୃଥକ ଭାବରେ କାର୍ଯ୍ୟ କରୁଛି । ତେବେ ଉଚ୍ଚଶିକ୍ଷା ବିଭାଗର ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀ ଯେଉଁମାନେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅବସ୍ଥାପିତ ହୋଇ କାର୍ଯ୍ୟକରୁଛି, ସେମାନଙ୍କୁ ପର୍ଯ୍ୟାୟ କ୍ରମେ ଉଚ୍ଚଶିକ୍ଷା ବିଭାଗକୁ ଫେରାଇ ନିଆଯିବ, ଯେପରି ଯୁକ୍ତ-୨ ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ କ୍ଷେତ୍ରରେ କୌଣସି ବ୍ୟାଘାତ ସୃଷ୍ଟି ନହୁଏ । ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ପୂରଣ ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ । ସେହିପରି ଯେଉଁସବୁ କମ୍ପୋଜିଟ୍ ମହାବିଦ୍ୟାଳୟରେ ଯୁକ୍ତ-୨ ଏବଂ ଡିଗ୍ରୀ ମହାବିଦ୍ୟାଳୟ କାର୍ଯ୍ୟ କରୁଛି ଏବଂ ସେସବୁ ଶିକ୍ଷାନୁଷ୍ଠାନରେ କୋଠାବାଡ଼ି, ଜମି ଏବଂ ଅନ୍ୟାନ୍ୟ ଭିତ୍ତିଭୂମି ଦୃଷ୍ଟିରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଡିଗ୍ରୀ ମହାବିଦ୍ୟାଳୟକୁ ସଂପୂର୍ଣ୍ଣ ରୂପେ ପୃଥକ କରାଯାଇପାରିବ, ସେଗୁଡ଼ିକୁ ସଂପୂର୍ଣ୍ଣ ରୂପେ ଅଲଗା କରାଯିବ । ତଦନୁଯାୟୀ ଜମିଜମା କାଗଜପତ୍ର ମଧ୍ୟ ପରିବର୍ତ୍ତନ କରାଯିବ । କୋଠାବାଡ଼ି ଓ ଅନ୍ୟାନ୍ୟ ଭିତ୍ତିଭୂମି ସଂପୂର୍ଣ୍ଣ ପୃଥକ ହୋଇଗଲେ ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଏବଂ ଡିଗ୍ରୀ ମହାବିଦ୍ୟାଳୟ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ହେବ । ଯୁକ୍ତ-୨ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଶିକ୍ଷକ ଓ ଅଣଶିକ୍ଷକଙ୍କ ପଦବୀ ପୂରଣ ଓ ଅନ୍ୟାନ୍ୟ ଭିତ୍ତିିଭୂମି ନିର୍ମାଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ ଅର୍ଥବିଭାଗ ସହିତ ଖୁବ୍ଶୀଘ୍ର ଏକ ମିଳିତ ବୈଠକ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content Corrosion-resistant steel solution designed for construction, infrastructure, manufacturing and engineering applications by Proprietor Abhimanyu Maharana September 10, 2026 Actress Ms. Sreeleela Unveils Kalyan Jewellers’ First Showroom in Rayagada by Proprietor Abhimanyu Maharana September 10, 2026 ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ by Proprietor Abhimanyu Maharana September 10, 2026 ୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି” by Proprietor Abhimanyu Maharana September 10, 2026 ୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସନ୍ଧ୍ୟା by Proprietor Abhimanyu Maharana September 10, 2026 ୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା by Proprietor Abhimanyu Maharana September 9, 2026