ବାଙ୍କୀ ଉପଖଣ୍ଡରେ୨୨୭ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା ସେଥିମଧ୍ୟରୁ ୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ,୪୦୦ଜଣଙ୍କୁ କରୋନା ପ୍ରତିଷେଧକ ଟୀକା କରଣ

ଓଡ଼ିଶା ତାଜା ନ୍ୟୁଜ (୨୨ ମଇ , ଶନିବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ରେ୨୨୭ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ୪୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରର୪୦୦ଜଣଙ୍କୁ କରୋନା ପ୍ରତିଷେଧକ ଟୀକା କରଣ।ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୬୦ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୧୨ ଜଣ ଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ କେନ୍ଦ୍ର ରେ ୩୩ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପଠାଯାଇଛି। ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୧୭ ଜଣଙ୍କର ଆଣ୍ଟିଜେନ୍ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୭ ଜଣ ଙ୍କ ରିପୋର୍ଟ ପଜେଟିଭ ଚିହ୍ନଟ ହୋଇଛନ୍ତି ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ରେ୨୯ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ।

ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ୧୯ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ ୬୯ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଆଜି ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ତୁଳସୀପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଡାକ୍ତର ବିଶ୍ଵଜିତ ପଣ୍ଡା ଙ୍କ ତତ୍ୱାବଧାନରେ ୪୦୦ଜଣଙ୍କୁ କରୋନା ଟିକା ପ୍ରଦାନ କରାଯାଇଛି।ତୁଳସୀପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୨୧୧ଓଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୧୮୯ ଜଣଙ୍କୁ ଟିକା ପ୍ରଦାନ କରାଯାଇଥିଲା ଉମାକାନ୍ତ ସ୍ବାଇଁ ଏହାକୁ ପରିଚଳନା କରିଥିଲେ।   (ରିପୋର୍ଟ ଗୌତମ ମିଶ୍ର )

Exit mobile version