ବାଙ୍କୀ ଉପଖଣ୍ଡରେ୧୪୮ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା; ସେଥିମଧ୍ୟରୁ ୧୩  ଜଣ କରୋନା ପଜିଟିଭ୍ ଚିହ୍ନଟ : ୩୭୭ ଜଣଙ୍କୁ କରୋନା ପ୍ରତିଷେଧକ ଟୀକା କରଣ।  

ଓଡ଼ିଶା ତାଜା ନ୍ୟୁଜ (୨୪ ମଇ ସୋମବାର ) ବାଙ୍କୀ :-  ବାଙ୍କୀ ଉପଖଣ୍ଡର  ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ବାଙ୍କୀ ଉପଖଣ୍ଡ ଚିକିତ୍ସାଲୟ ରେ ୧୪୮    ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।୩୭୭ ଜଣଙ୍କୁ କରୋନା ପ୍ରତିଷେଧକ ଟୀକା କରଣ କରାଯାଇଛି ।ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୪୧ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୧୧   ଜଣ ଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ କେନ୍ଦ୍ର ରେ ୪୧   ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପଠାଯାଇଛି। ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ୧୮  ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ ୪୮   ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ  ୨  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ବାଙ୍କୀ ଉପଖଣ୍ଡ ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ ଅନ୍ତର୍ଗତ କଳାପଥର ପ୍ରାଥମିକ ଚିକିତ୍ସାଳୟରେ ୧୮୯ଜଣ ଓ ବୈଦ୍ୟେଶ୍ୱର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୮୮ଜଣଙ୍କୁ ଟିକାଦାନ କରାଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଅମରେଶ ସାହୁଙ୍କ ତତ୍ୱାବଧାନରେ ଏହି ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା  (ରିପୋର୍ଟ/ଗୌତମ ମିଶ୍ର) 

 

Exit mobile version