ବାଙ୍କୀ ଉପଖଣ୍ଡରେ ୧୯୨ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା ୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶା ତାଜା ନ୍ୟୁଜ (୨୫ ମଇ ମଙ୍ଗଳବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ରେ ୧୯୨    ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ ୩୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୬୨ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୧୫  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ କେନ୍ଦ୍ର ରେ ୨୩  ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପାଠ ଯାଇଛି। ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୨୯ଜଣଙ୍କର ଆଣ୍ଟିଜେନ୍ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୮  ଜଣ  ଙ୍କ ରିପୋର୍ଟ  ପଜେଟିଭ ଚିହ୍ନଟ ହୋଇଛନ୍ତି  ।

ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ ୧୨ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ ୬୬ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୧୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । (ରିପୋର୍ଟ :ଗୌତମ ମିଶ୍ର )

Exit mobile version