ବାଙ୍କୀ ଉପଖଣ୍ଡରେ ୨୯୬ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା ୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶା ତାଜା ନ୍ୟୁଜ (୨୭ ମଇ ଗୁରୁବାର ) ବାଙ୍କୀ :-  ଆଜି ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ର ୨୯୬  ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ ୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୮୫ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୧୪   ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ର ରେ ୪୮ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପାଠ ଯାଇଛି ।

ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୩୧ଜଣଙ୍କର ଆଣ୍ଟିଜେନ୍ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୬  ଜଣ  ଙ୍କ ରିପୋର୍ଟ  ପଜେଟିଭ ଚିହ୍ନଟ ହୋଇଛନ୍ତି  ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ରେ୩୦  ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ ୧୯  ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ ୮୩   ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।    (ରିପୋର୍ଟ :ଗୌତମ ମିଶ୍ର)

Exit mobile version