ଆସନ୍ତା ମାର୍ଚ୍ଚ ୩୧ ଯାଏଁ ସବୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି

ଭୁବନେଶ୍ୱର, ବିଧାନସଭା  (ଓଡିଶା ତାଜା ନ୍ୟୁଜ୍ ) ବିଧାନସଭା ତା-13.3.2020 :- କରୋନା ପାଇଁ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି କରିଛନ୍ତି ଆସନ୍ତା ମାର୍ଚ୍ଚ ୩୧ ଯାଏଁ ସବୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି ସେହିପରି ସିନେମା ହଲ୍ ସୁଇମିଂ ପୁଲ୍ ବନ୍ଦ କରିବାକୁ ଘୋଷଣା କରାଯାଇଛି ଆଜି  ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବା ଜଣାପଡିଛି  ତେବେ ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ବି ଯଦି ପରୀକ୍ଷା ଚାଲିଥିବ ଏହା ଚାଲୁ ରହିବ ବୋଲି କୁହାଯାଇଛି ସେହିପରି ସେମିନାର, ୱାର୍କସପ୍, ସମ୍ମିଳନୀ ବନ୍ଦ ରଖିବାକୁ ଘୋଷଣା କରାଯାଇଛି କରୋନା ଲାଗି ୨୦୦ କୋଟି ଟଙ୍କାର ସତନ୍ତ୍ର ପ୍ୟାକେଜ୍ ପ୍ରସ୍ତାବକୁ ମଞ୍ଜୁରି ମିଳିଛି  କରୋନାକୁ ଆଖି ଆଗରେ ରଖି ରାଜ୍ୟରେ ଯଥେଷ୍ଟ ମାତ୍ରାରେ ମାସ୍କ, ପେପର ସପ୍‌, ପରିମଳ ସାମଗ୍ରୀ ମହଜୁଦ ରଖିବାକୁ ବି ଏଥିରେ ନିଷ୍ପତ୍ତି ହୋଇଛି

Exit mobile version