ବାଙ୍କୀ ଉପଖଣ୍ଡରେ୧୮୭  ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା ; ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ – ୫୦୨  ଜଣଙ୍କୁ ଟିକାକରଣ କରାଯାଇଛି

ଓଡ଼ିଶା ତାଜା ନ୍ୟୁଜ (୦୧ ଜୁନ ମଙ୍ଗଳବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଓ ସ୍ୱାବ ସଂଗ୍ରହ ଶିବିର , ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ର ୧୮୭ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ୧୦   ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ୫୦୨ ଜଣଙ୍କୁ ଟିକାକରଣକରାଯାଇଛି । ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୫୮  ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ର ରେ ୨୯  ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପାଠ ଯାଇଛି ।

ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୨୨  ଜଣଙ୍କର  ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୩ ଜଣ  ଙ୍କ ରିପୋର୍ଟ  ପଜେଟିଭ ଚିହ୍ନଟ ହୋଇଛନ୍ତି  । ସ୍ୱାସ୍ଥ୍ୟ କେନ୍ଦ୍ରରେ୧୫  ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହକରାଯାଇ ପରୀକ୍ଷା ନିମନ୍ତେ କଟକ ପଠାଯାଇଛି ।  ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ ୧୭ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ୪୬ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟପକ୍ଷ ରୁ ବାଙ୍କୀ  କଲେଜ ପରିସରରେ ଟିକାଦାନ କେନ୍ଦ୍ରରେ ଆଜି ୧୧୪ଜଣଙ୍କୁ ଟିକାଦାନ କରାଯାଇଛି । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ  କଳାପଥର ଉପସ୍ୱାସ୍ଥ୍ୟକେନ୍ଦ୍ରରେ ୧୪୮ଜଣଓ ବୈଦ୍ୟେଶ୍ୱର ସ୍ୱାସ୍ଥ୍ୟକେନ୍ଦ୍ରରେ ୧୫୦ଜଣ ଏଥିସହ ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର  ତାଳବସ୍ତ ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୯୦ଜଣ, ଙ୍କୁ ଟିକା ଦାନ କରାଯାଇଛି । ବାଙ୍କୀ ରେ କରୋନା  ଆକ୍ରାନ୍ତ ଙ୍କ ସଂଖ୍ୟା ଦିନକୁ ଦିନ କମିବାକୁ ଲାଗୁଛି ବୋଲି ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ପ୍ରକାଶ । (ରିପୋର୍ଟ : ଗୌତମ ମିଶ୍ର)

Exit mobile version