ବାଙ୍କୀ ଉପଖଣ୍ଡରେ୨୯୯   ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା ୧୯  ଜଣ କରୋନା ପଜିଟିଭ୍ ଚିହ୍ନଟ -୨୭୦ ଜଣଙ୍କୁ ଟିକାକରଣକରାଯାଇଛି

ଓଡ଼ିଶା ତାଜା ନ୍ୟୁଜ (୨ ଜୁନ ବୁଧବାର) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଓ ସ୍ୱାବ ସଂଗ୍ରହ ଶିବିର , ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ର ୨୯୯ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ୨୭୦  ଜଣଙ୍କୁ ଟିକାକରଣକରାଯାଇଛି। ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୫୨   ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ ୬  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ର ରେ ୨୫  ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପାଠ ଯାଇଛି। ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୨୯  ଜଣଙ୍କର  ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୩ ଜଣ  ଙ୍କ ରିପୋର୍ଟ  ପଜେଟିଭ ଚିହ୍ନଟ ହୋଇଛନ୍ତି  ।

ଗତ କାଲି ବିଲିପଡ଼ା ପଂଚାୟତ କ୍ବାଣ୍ଟେନମେଣ୍ଟ ଜୋନ କରାଯିବା ପରେ ଆଜି ଡମପଡା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଉକ୍ତ ଗ୍ରାମରେ ଏକ ସ୍ୱତନ୍ତ୍ର ସ୍ୱାବ ସଂଗ୍ରହ ଶିବିର କରି ୯୮ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରି କଟକ ପରୀକ୍ଷା ପାଇଁ ପଠାଯାଇଛି।।  ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ ୧୭ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ୭୮ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୧୦  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବାଙ୍କୀ ଉପଖଣ୍ଡ ର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଟିକାଦାନ କେନ୍ଦ୍ରରେ ଆଜି ୧୨୦ଜଣଙ୍କୁ ଟିକାଦାନ କରାଯାଇଛି ସେହିପରି ସୁବର୍ଣ୍ଣ ପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ବ୍ରହ୍ମପୁରା ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୧୫୦ଜଣଙ୍କୁ ଟିକା ଦାନ କରାଯାଇଛି ।ବାଙ୍କୀ ରେ କରୋନା  ଆକ୍ରାନ୍ତ ଙ୍କ ସଂଖ୍ୟା ଦିନକୁ ଦିନ କମିବାକୁ ଲାଗୁଛି ବୋଲି ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ପ୍ରକାଶ । (ରିପୋର୍ଟ /ଗୌତମ ମିଶ୍ର)

Exit mobile version