ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ଓଡିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ବିଜୟ ସାହୁଙ୍କ ବିୟୋଗରେ – ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ

ଓଡ଼ିଶା ତାଜା ନ୍ୟୁଜ (୦୩ ଜୁନ୍‌ ଗୁରୁବାର ) ଭୁବନେଶ୍ୱର :- ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ଓଡିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ବିଜୟ ସାହୁଙ୍କ ବିୟୋଗରେ ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶଙ୍କ ଶୋକ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉ ପଦେଷ୍ଟା ଶ୍ରୀ ବିଜୟ କୁମାର ସାହୁଙ୍କ ବିୟୋଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ସ୍ୱର୍ଗତ ସାହୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉ ପଦେଷ୍ଟା ଭାବରେ ଜୁଲାଇ ୨୦୧୯ ମସିହାରୁ କାର୍ଯ୍ୟକରି ଆସୁଥିଲେ ।

ସେ ଏକାଧାରରେ ଜଣେ ଅମାୟିକ, ସମାଜସେବୀ ଏବଂ ଉତ୍ତମ ସଂଗଠକ ଥିଲେ । ତାଙ୍କର ବିୟୋଗ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଇଁ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ମନ୍ତ୍ରୀ ଶ୍ରୀ ଦାଶ ସ୍ୱର୍ଗତ ସାହୁଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

Exit mobile version