ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି – କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ଓଡ଼ିଶା ତାଜା ନ୍ୟୁଜ (୦୬ ଜୁନ୍‌ ରବିବାର ) ଭୁବନେଶ୍ୱର  :-  ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ତାଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ଏହି ସୂଚନା ଦେଇଛନ୍ତି । ଗତକାଲି ତାରା ପ୍ରସାଦ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । କୋଭିଡ୍‌ର ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରାଇଥିଲେ। ରିପୋର୍ଟ ପିଜିଟିଭ୍ ଆସିବା ପରେ ସେ କିଛି ଦିନ ବ୍ୟବଧାନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇ ନେବାକୁ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ, ଗତକାଲି ମାହାଙ୍ଗାର ପୂର୍ବତନ ବିଧାୟକ ତଥା ପୂର୍ବତନ କାଜୁ ନିଗମ ଅଧ୍ୟକ୍ଷ ବିକ୍ରମ କେଶରୀ ବର୍ମାଙ୍କର ପରଲୋକ ହୋଇଥିଲା । ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ। । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା । ସ୍ୱର୍ଗତ ବିକ୍ରମ କେଶରୀ ବର୍ମା ମାହାଙ୍ଗାରୁ ବିଜୁ ଜନତା ଦଳ ଟିକେଟ୍‌ରେ ୨୦୦୪ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Exit mobile version