ଭୁବନେଶ୍ୱର (ଓଡିଶାତାଜାନ୍ୟୁଜ୍ ) ଭୁବନେଶ୍ୱର ତା-16.3.2020 :- ରାଜ୍ୟସରକାର ସବୁପ୍ରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି । ଗତକାଲି ବିଳମ୍ବିତ ରାତିରେ କ୍ୟାପିଟାଲ ହସ୍ପିଟାଲରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ତତ୍ପର ହୋଇ ଉଠିଛନ୍ତି ରାଜ୍ୟସରକାର । ତେଣୁ ଅସାଧାରଣ ପରିସ୍ଥିତିରେ ଆସାଧରଣ ପଦକ୍ଷେପ ଜରୁରୀ ଦର୍ଶାଇ ଓଡ଼ିଶାବାସୀଙ୍କ ଜୀବନକୁ ସୁରକ୍ଷିତ ରଖିବା ପାଇଁ ରଜ୍ୟ ସରକାର ସବୁପ୍ରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରେ COVID-19 ର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବାସହ ବର୍ତ୍ତମାନ ପରିସ୍ଥିତିରେ ବିଦେଶରୁ ଓଡ଼ିଶାକୁ ଆସୁଥିବା ବ୍ୟକ୍ତିମାନେ ହିଁ ସଂକ୍ରମଣର ପ୍ରକୃତ କାରଣ ଅଟନ୍ତି ବୋଲି କୁହାଯାଇଛି । କରୋନା ଭାଇରସର ସଂକ୍ରମଣକୁ ରୋକିବା ପାଇଁ ସାରା ବିଶ୍ୱର ବିଭିନ୍ନ ଦେଶରେ ସ୍କୁଲ କଲେଜ ବନ୍ଦ ହେବା ସହ ଘରେ ରହି ଅଫିସ୍ କାର୍ୟ୍ୟ ସମ୍ପାଦକ କରିବା ପାଇଁ ପ୍ରଫେସନାଲମାନଙ୍କୁ ପରାମର୍ଶ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ବିଦେଶରୁ ବହୁ ସଂଖ୍ୟାରେ ଲୋକ ଓଡ଼ିଶାକୁ ଫେରି ଆସିବାର ସମ୍ଭାବନା ରହିଛି । ତେଣୁ ଜଦି ବିଦେଶରୁ କୌଣସି ଲୋକ ଓଡ଼ିଶାକୁ ଆସୁଛନ୍ତି ତେବେ ଉକ୍ତ ବ୍ୟକ୍ତିମାନଙ୍କ ପାଇଁ ପଞ୍ଜିକରଣ ବାଧ୍ୟତା ମୂଳକ ହୋଇଯାଇଛି । ଏହାସହ ଯଦି କୌଣସି ଲୋକ ଏହାକୁ ଉଲଂଘନ କରନ୍ତି ସେମାନେ ଦଣ୍ଡିତ ହେବେ । ଏବଂ ଯଦି ସେମାନେ ପଞ୍ଜିକରଣ କରେଇନିଅନ୍ତି ତେବେ ସେମାନଙ୍କୁ ୧୫ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାସି ଦିଆଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।
ରାଜ୍ୟ ସରକାର ଘୋଷଣା କରିଛନ୍ତି, ପଞ୍ଜିକରଣ କଲେ ୧୫ହଜାର ପୁରସ୍କାର

CHIF.MINISTER NAVEEN PATTANAIK
- Categories: Uncategorized, ଓଡ଼ିଶା, ହୋମ୍
Related Content
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ
by
Proprietor Abhimanyu Maharana
September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ର ସମାପନୀ ସମାରୋହ
by
Proprietor Abhimanyu Maharana
September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର
by
Proprietor Abhimanyu Maharana
September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
by
Proprietor Abhimanyu Maharana
September 10, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ
by
Proprietor Abhimanyu Maharana
September 10, 2026
ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ
by
Proprietor Abhimanyu Maharana
September 10, 2026