ବାଙ୍କୀ ଉପଖଣ୍ଡରେ୩୭୦ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରା ଯାଇଥିଲା , ୨୬ଜଣ କରୋନା ପଜିଟିଭ୍ ଚିହ୍ନଟ , ୪୨୫ଜଣଙ୍କୁ ଟିକାଦାନ

ଓଡ଼ିଶା ତାଜା ନ୍ୟୁଜ୍ (୭ ଜୁନ୍ ,ସୋମବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁବର୍ଣ୍ଣ ପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ବାଙ୍କୀ ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୩୭୦ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା ୨୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ୪୨୫ ଜଣଙ୍କୁ କ ରୋନା ପ୍ରତିଷେଧକ ଟୀକା କରଣ କରାଯାଇଛି। ଉପଖଣ୍ଡ ଚିକିତ୍ସାଳୟରେ ୭୫ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୧୦ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
୧୮ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୧୩ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପଠା ଯାଇଥିଲା ।ଏଥି ସହ ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଅମରେଶ ସାହୁଙ୍କ ତତ୍ୱାବଧାନରେ ରତାଗଡ ଠାରେ ସ୍ୱତନ୍ତ୍ର ସ୍ୱାବ୍ ସଂଗ୍ରହ ଶିବିର କରାଯାଇ ୧୦୦ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଥିଲା ।
ଉକ୍ତ ଶିବିରରେ ୧୫ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା । ସମସ୍ତ ରିପୋର୍ଟ ନେଗେଟିଭ୍ ଥିବା ଉକ୍ତ ଶିବିରର ପରିଚାଳିକା ଡାକ୍ତର ମୋନାଲିସା ରାଉତ ରାୟ ପ୍ରକାଶ କରିଛନ୍ତି ।ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୨୫ଜଣଙ୍କ ଠାରୁ ଆଣ୍ଟିଜେନ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୬ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା ।ଆଜି ବାଙ୍କୀ ଉପଖଣ୍ଡ ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ୪୨୫ଜଣଙ୍କୁ କରୋନା ପ୍ରତିଷେଧକ ଟିକା ପ୍ରଦାନ କରାଯାଇଛି ।
ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ବିଶ୍ୱଜିତ୍ ପଣ୍ଡାଙ୍କ ତତ୍ୱାବଧାନରେ ୮୯ଜଣ, ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବରପୁଟ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଡାକ୍ତର ଅମରେଶ ସାହୁଙ୍କ ତତ୍ୱାବଧାନରେ ୧୭୦ଜଣଙ୍କୁ ଓ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟ ପକ୍ଷରୁ ବାଙ୍କୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଡାକ୍ତର ମୃତ୍ୟୁଞ୍ଜୟ ମହାପାତ୍ର ଓ ମ୍ୟାନେଜର ଶଶିକାନ୍ତ ମିଶ୍ରଙ୍କ ତତ୍ୱାବଧାନରେ ୧୬୬ଜଣଙ୍କୁ କରୋନା ପ୍ରତିଷେଧକ ଟିକା ପ୍ରଦାନ କରାଯାଇଛି ।
(ରିପୋର୍ଟ :ଗୌତମ ମିଶ୍ର)