ସାବିତ୍ରୀ ଅମାବାସ୍ୟାକୁ ନେଇ ବାଲିଗୁଡା ବଜ଼ାର ରେ ପ୍ରବଳ ଭିଡ଼ : କୋଭିଡ ନିୟମ ଉଲ୍ଲଘଂନ ଅଭିଯୋଗ ରେ ୧୮ଟି ଦୋକାନକୁ ସିଲ କଲା ପ୍ରଶାସନ

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଜୁନ ବୁଧବାର ) ବାଲିଗୁଡା :-  ମହାମାରୀ କରୋନାକୁ ନେଇ ସାରା ଦେଶ ଆତଙ୍କିତ ଅବସ୍ଥାରେ ଅଛନ୍ତି । ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଲକ୍‌ଡାଉନ୍‌ ସଟ୍‌ ଡାଉନ୍‌ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି । ଫଳରେ ରାଜ୍ୟରେ ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା କମିଛି ହେଲେ ବିପଦ ଟଳିନି ।

ଏଭଳି ପରିସ୍ଥିତିରେ କୋଭିଡ ନିୟମ ଉଲ୍ଲଂଘନ କରି ସାବିତ୍ରୀ ଅମାବାସ୍ୟାକୁ ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବଜାରରେ ନାହିଁନଥିବା ଭିଡ଼ ପରିଲକ୍ଷିତ ହୋଇଛି । ଅତ୍ୟାବଶ୍ୟକ ଦୋକାନ ସମେତ ଅନ୍ୟ ସମସ୍ତ ଦୋକାନ ଖୋଲାଯାଇଥିଲା, ଏହାକୁ ନେଇ ବାଲିଗୁଡ଼ା ତହସିଲଦାର ଶଶାଙ୍କ ଶେଖର ପାତ୍ର ନିଜ ଟିମ୍‌ ସହ ଚଢ଼ାଉକରି ୧୮ଟି ଦୋକାନ ସିଲ୍‌ କରିଛନ୍ତି ।

ଏହାକୁ ନେଇ କିଛି ବ୍ୟବସାୟୀ ପ୍ରଶାସନ ସହ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି । ଉତ୍ତେଜିତ ପରିସ୍ଥିତି ସୃଷ୍ଟି ହେବାପରେ ଘଟଣାସ୍ଥଳରେ ବାଲିଗୁଡ଼ା ଏସଡିପିଓ ମନୋଜ ପୂଜାରୀ ଓ ଥାନା ଅଧିକାରୀ ବାବାଶଙ୍କର ସରାଫ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିଛନ୍ତି । ଏଥିସହିତ ଅମାନିଆଙ୍କ ନିକଟରୁ ଫାଇନ୍‌ ମଧ୍ୟ ଆଦାୟ କରୁଛି ପ୍ରଶାସନ । (ରିପୋର୍ଟ :- ସଞ୍ଜୟ କୁମାର ପାଣିଗ୍ରାହୀ)

Exit mobile version