ବାଙ୍କୀ ଉପଖଣ୍ଡରେ୨୫  ଜଣ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଜୁନ ମଙ୍ଗଳବାରବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର,ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପଖଣ୍ଡ ଚିକିତ୍ସାଳୟରେ ୨୫  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ୪୭   ଜଣଙ୍କର ଆଣ୍ଟିଜେନ୍ ପରୀକ୍ଷା ହୋଇ ସେଥି ମଧ୍ୟରୁ କରୋନା  ୫  ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

୨୦   ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପଠାଯାଇଥିଲା । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଓ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବିଭିନ୍ନ ଗ୍ରାମ ରେ ଏଏନେମ ଆଜି ବୁଲି ୨୦୭ଜଣଙ୍କର ଆଣ୍ଟିଜେନ୍ ସ୍ୱାବପରୀକ୍ଷା ହୋଇ ୧୯ ଜଣ  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଚିହ୍ନଟ ହୋଇଛି  ।

୧୫ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ  କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି୫୪   ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ଥିଲା ସେଥି ମଧ୍ୟରୁ୧   ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ୧୫ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା ।  (ରିପୋର୍ଟ :ଗୌତମ ମିଶ୍ର )

Exit mobile version