ବାଙ୍କୀ ଉପଖଣ୍ଡରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ , ଜଣଙ୍କୁ ୩୨୭ କରୋନା ଟୀକା କରଣ

ଓଡ଼ିଶା ତାଜା ନ୍ୟୁଜ୍ (୧୬ ଜୁନ୍‌ ବୁଧବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ବିଭିନ୍ନ ଚିକିତ୍ସାଳୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ୫୦ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨୬ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ,ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବିଭିନ୍ନ ଗ୍ରାମ ରେ ଏଏନେମ ଆଜି ବୁଲି ଆଜି ଡାକ୍ତର ଅମରେଶ ସାହୁ ଙ୍କ ତତ୍ୱାବଧାନରେ ବାଙ୍କୀ ବ୍ଲକ ତେନ୍ତୁଳିଆ ଓ କଦଳୀ ବାଡ଼ି ପଂଚାୟତ ରେ ସ୍ୱାବ ସଂଗ୍ରହ ଶିବିର ଡାକ୍ତର ମୋନାଲିସା ରାଉତରାୟ ଙ୍କ ନେତୃତ୍ୱରେ ଓ ସୃତି ଶିଖା ବେହେରା ,ମଧୁସ୍ମିତା ବିଶୋଇ ଓ ସରସ୍ବତୀ ସାଠୁଆ ଙ୍କ ସହଯୋଗ ରେ ୧୨୦ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

୮୬ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି ୧୪୧ ଜଣଙ୍କ ଠାରୁ ଆଣ୍ଟିଜେନ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୧୩ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ଆଜି ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ତୁଳସୀପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୭୬ ଜଣଙ୍କୁ କ ରୋନା ପ୍ରତିଷେଧକ ଟୀକା କରଣ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ବିଶ୍ୱଜିତ ପଣ୍ଡା ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଥିଲା ଏହି ଟୀକା କରଣ କାର୍ଯ୍ୟକ୍ରମ କୁ ଫାର୍ମାସିଷ୍ଟ ଉମାକାନ୍ତ ସ୍ୱାଇଁ ପରିଚାଳନା କରିଥିଲେ।

ସେହି ପରି ସୁବର୍ଣ୍ଣପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ କଳାପଥର ଓ ବୈଦେଶ୍ଵର ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସୁବର୍ଣ୍ଣପୁର ଗୋଷ୍ଠି ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଅମରେଶ ସାହୁ ଙ୍କ ତତ୍ୱାବଧାନରେ କରୋନା ଟୀକା କରଣ କରାଯାଇଥିଲା କଳାପଥର ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୧୫୧ ଓ ବୈଦେଶ୍ଵର ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୧୦୦ ଜଣଙ୍କୁ କ ରୋନା ପ୍ରତିଷେଧକ ଟୀକା କରଣ କରାଯାଇଛି ବୋଲି ସ୍ଵସ୍ଥ ବିଭାଗ ପକ୍ଷ ରୁ ପ୍ରକାଶ । (ରିପୋର୍ଟ :ଗୌତମ ମିଶ୍ର )

Exit mobile version