ବାଙ୍କୀ ଉପଖଣ୍ଡରେ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ , ୧୦୦୦ ଜଣଙ୍କୁ କରୋନା ଟୀକା କରଣ

ଓଡ଼ିଶା ତାଜା ନ୍ୟୁଜ (୨୨ ଜୁନ ମଙ୍ଗଳବାର) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ବିଭିନ୍ନ ଚିକିତ୍ସାଳୟରେ ୨୨   ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ ୮୫ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୩୩ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ  ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା  । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ,ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବିଭିନ୍ନ ଗ୍ରାମ ରେ ଏଏନେମ ଆଜି ବୁଲି ୪୭  ଜଣଙ୍କର ଆଣ୍ଟିଜେନ୍ ସ୍ୱାବ  ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  ୨୨  ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା  ।

 

ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି ୭୫ ଜଣଙ୍କ ଠାରୁ ଆଣ୍ଟିଜେନ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ୧୬ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା   । ଆଜି ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୨୦୬ତାଳବସ୍ତ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୨୯୧ ଜଣଙ୍କୁ କ ରୋନା ପ୍ରତିଷେଧକ ଟୀକା କରଣ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ବିଶ୍ୱଜିତ ପଣ୍ଡା  ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଥିଲା ଏହି ଟୀକା କରଣ କାର୍ଯ୍ୟକ୍ରମ କୁ ଫାର୍ମାସିଷ୍ଟ ଉମାକାନ୍ତ ସ୍ୱାଇଁ ଓ ବରିଷ୍ଠ ସ୍ୱାସ୍ଥ୍ୟ ପରିଦର୍ଶକ ବସନ୍ତ କୁମାର ଦାସ ପରିଚାଳନା କରିଥିଲେ।ସେହି ପରି

 

ସୁବର୍ଣ୍ଣପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ କଳାପଥର ଉପସ୍ୱାସ୍ଥ୍ୟ କେନ୍ଦ୍ର ରେ୧୩୪ ଓ ସୁବର୍ଣ୍ଣ ପୁର ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର୧୩୨ ଜଣଙ୍କୁ କରୋନା ପ୍ରତିଷେଧକ ଟୀକା ପ୍ରଦାନ କରାଯାଇଥିଲା ଉକ୍ତ ଟିକା କରଣ କାର୍ଯ୍ୟକ୍ରମ କୁ ସୁବର୍ଣ୍ଣପୁର ଗୋଷ୍ଠି ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଅମରେଶ ସାହୁ ଙ୍କ ତତ୍ୱାବଧାନରେ କରୋନା ଟୀକା କରଣ କରାଯାଇଥିଲା ।ସେହିପରି ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟ ପକ୍ଷରୁ ବାଙ୍କୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସର ରେ ଅନୁଷ୍ଠିତ ହେଉଥିବା ଟିକା କରଣ କେନ୍ଦ୍ର ରେ ୨୩୭ ଜଣ ଟିକା ନେଇଥିଲେ।ବାଙ୍କୀ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡାକ୍ତର ମୃତ୍ୟୁଞ୍ଜୟ ମହାପାତ୍ର ଓ ହସ୍ପିଟାଲର ମ୍ୟାନେଜର ଶଶୀକାନ୍ତ ମିଶ୍ର ଟିକା କରଣ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।    ରିପୋର୍ଟ ଗୌତମ ମିଶ୍ର

Exit mobile version