ଉନ୍ନୟନ ପ୍ରକଳ୍ପ ତ୍ବରାନ୍ବିତ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଓଡ଼ିଶା ତାଜା ନ୍ୟୁଜ (୨୨ ଜୁନ ମଙ୍ଗଳବାର ) ହିଞ୍ଜିଳିକାଟୁ :-  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ବ୍ଳକ ଓ ପୋୖରାଞ୍ଚଳରେ ବହୁ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ନିଜ ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ସର୍ବନିମ୍ନ ମୌଳିକ ସୁବିଧା ସୁଯୋଗର ଆବଶ୍ୟକତା ଅନୁସାରେ ବିଭିନ୍ନ ବିଭାଗରେ ବହୁ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି। ଲୋକଙ୍କ ଅଭାବ ଓ ଆବଶ୍ୟକତା ପୂରଣ କରିବା ଦିଗରେ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା,ଉପଯୋଗୀତା ଏବଂ ଅନ୍ୟାନ୍ୟ ସୁବିଧା ଓ ଅସୁବିଧା କଣ ରହିଛି ସେନେଇ ଜିଲ୍ଲାପାଳ ସମୀକ୍ଷା କରିଥିଲେ। ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପ ଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ବ୍ଲକ ଅଧ୍ୟକ୍ଷ ଏନ ରଘୁନାଥ, ମୁଖ୍ୟମନ୍ତ୍ରୀଙ୍କ ବ୍ଳକ ପ୍ରତିନିଧି ସୁରେନ୍ଦ୍ର ପ୍ରଧାନ, ବ୍ଳକ ଉପାଧ୍ୟାକ୍ଷା ଗିତାଞ୍ଜଳି ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ। ହିଞ୍ଜିଳି ପୌର ଓ ବ୍ଳକ ଅଞ୍ଚଳରେ ଚାଲିଥିବା ଉନ୍ନୟନ ପ୍ରକଳ୍ପର ବିଭାଗୀୟ ଅଧିକାରୀ ଙ୍କ ସହ ବିସ୍ତୃତ ଭାବରେ ଆଲୋଚନା କରିଥିଲେ।କେଉଁ କେଉଁ ସବୁ ଉନ୍ନୟନ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ଏବଂ କେଉଁ ସବୁ ପ୍ରକଳ୍ପ ନିର୍ମାଣାଧୀନ ରହିଛି ତାହା ଆଲୋଚନା କରିଥିଲେ। କେଉଁ ସବୁ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଅସୁବିଧା ସୃଷ୍ଟି ହେଉଛି ଏବଂ ଲୋକଙ୍କ ସୁବିଧା ପାଇଁ କେଉଁ ସବୁ ଉନ୍ନୟନ ପ୍ରକଳ୍ପର ଜରୁରୀ ଆବଶ୍ୟକତା ରହିଛି ସେ ସମ୍ପର୍କରେ ଜିଲ୍ଲାପାଳ ବିଭିନ୍ନ ଲାଇନ ବିଭାଗର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ ।

ମୁଖ୍ୟତଃ ପଞ୍ଚାୟତ ସ୍ତରରୁ ଆସିଥିବା ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡ଼ିକର ନିର୍ଦ୍ଦିଷ୍ଟ ସମୟ ଅବଧି ମଧ୍ୟରେ ଶେଷ କରିବା ପାଇଁ ଲାଇନ୍ ବିଭାଗର ଅଧିକାରୀ ମାନଙ୍କୁ ଗଞ୍ଜାମ ଜିଲ୍ଲାପାଳ କୁଲାଙ୍ଗେ ନିର୍ଦ୍ଦେଶ ଦେଇଥିଲେ । ସମୀକ୍ଷା ବୈଠକରେ ତହସିଲଦାର ପ୍ରଭାତ କୁମାର ପରିଡା,ବିଡ଼ିଓ ସୁବ୍ରତ କୁମାର ଜେନା,ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ ମନୋରଞ୍ଜନ ସାହୁ, ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ପ୍ରତିଭା ପାତ୍ର, ଗୋଷ୍ଠୀ କୃଷି ଅଧିକାରୀ ବଳରାମ ସୁବୁଦ୍ଧି,ସହକାରୀ କୃଷି ଅଧିକାରୀ ଅମର ପ୍ରସାଦ ସାହୁ,ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସରୋଜ କୁମାର ମିଶ୍ର, ବ୍ଳକ ସହକାରୀ ଯନ୍ତ୍ରୀ ହେମନ୍ତ କୁମାର ମିଶ୍ର, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଉମା ଚରଣ ପାଢ଼ୀ, ଜଳ ସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ସନ୍ତୋଷ କୁମାର ଚୌଧୁରୀ,ସହକାରୀ ଯନ୍ତ୍ରୀ ପରମାନନ୍ଦ ସାହୁ,ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ଇଂ ସତ୍ୟ ନାରାୟଣ ଦାଶ,ସିଡିପିଓ ଶୁଭଶ୍ରୀ ପାତ୍ର, ଗୋଷ୍ଠୀ ପ୍ରାଣୀ ଚିକିତ୍ସିକ ଡାକ୍ତର ଲମ୍ବୋଦର ମହାପାତ୍ର, ସହକାରୀ ଉଦ୍ୟାନ କୃଷି ଅଧିକାରୀ ଶୁଭ୍ରସ୍ମିତା ସାହୁ,ଯୋଗାଣ ନିରୀକ୍ଷକ ପୁରଞ୍ଜୟ ସାହୁ,ଜଳ ଯୋଗାଣ ବିଭାଗ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ମଙ୍ଗଳବାର ଅନୁଷ୍ଠିତ ଜିଲ୍ଲାପାଳଙ୍କ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକରେ ଶ୍ରମ ବିଭାଗ, ଶିକ୍ଷା ବିଭାଗ, ସମବାୟ ବିଭାଗ ବ୍ୟତୀତ ସମସ୍ତ ଲାଇନ ବିଭାଗର ଅଧିକାରୀ ଓ ବହୁ ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ । (ରିପୋର୍ଟ ଶୁସାନ୍ତ ପ୍ରଧାନ )

Exit mobile version