ବାଙ୍କୀ ଉପଖଣ୍ଡରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶା ତାଜା ନ୍ୟୁଜ (୨୯ ଜୁନ୍‌ ମଙ୍ଗଳବାର)ବାଙ୍କୀ :- ବାଙ୍କୀ ଉପଖଣ୍ଡର ବିଭିନ୍ନ ଚିକିତ୍ସାଳୟରେ ୧୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ ୪୬ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨୦ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ  ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା  । ସୁବର୍ଣ୍ଣପୁର ଗୋଷ୍ଠୀ

ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ,ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବିଭିନ୍ନ ଗ୍ରାମ ରେ ଏଏନେମ ଆଜି ବୁଲି ୨୪୩ଜଣଙ୍କର ଆଣ୍ଟିଜେନ୍ ସ୍ୱାବ  ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।୧୧ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା  । ସେହିପରି ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତୁଳସୀ ପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୨୬ଜଣ ଙ୍କ ଆଣ୍ଟିଜେନ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଛି ସେଥିମଧ୍ୟରୁ ୧ଜଣ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି।    ରିପୋର୍ଟ ଗୌତମ ମିଶ୍ର

Exit mobile version