ଓଡ଼ିଶାରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍

ଓଡ଼ିଶା ତାଜା ନ୍ୟୁଜ (୩୦ ଜୁନ ବୁଧବାର ଭୁବନେଶ୍ୱର :- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨୨ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୪୯ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯ ହଜାର ୮୦୦ ଜଣ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫୮ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୪୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୮ଜଣ, ଗଜପତି ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୫ଜଣ, ଯାଜପୁର ଜିଲ୍ଲାରୁ ୨୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୦ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନାଗିରି ଜିଲ୍ଲାରୁ ୮୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୧୩୫ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୯୩ଜଣ, ରାୟଗଡ଼ା ଜିଲ୍ଲାରୁ ୫୯ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨ଜଣ, ଷ୍ଟେଟ ପୁଲ୍‌ରୁ ୯୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯ ହଜାର ୮୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୧ ହଜାର ୪୨୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୭୪ ହଜାର ୩୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୦୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୭୫୯୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version