ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଦଶପଲ୍ଲା ବିଧାୟକ

ଓଡ଼ିଶା ତାଜା ନ୍ୟୁଜ୍ (୫ ଜୁଲାଇ ସୋମବାର) ଗଣିଆ :- ନୟାଗଡ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ ଛାମୁଣ୍ଡିଆ ପଞ୍ଚାୟତ ଅଧିନରେ ଥିବା ତଳ ମହୁକଣ ଗ୍ରାମ ନିକଟରେ ପ୍ରବାହିତ ହେଉଥିବା ବୃତଙ୍ଗ ନଦୀ ର ଦକ୍ଷିଣ ପାର୍ଶ୍ଵ ବନ୍ଧର ସୁରକ୍ଷା ଓ ସୁଦୃଢ଼ୀକରଣ ପାଇଁ ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା

ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ।ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷ ଶେଷଦେବ ସ୍ୱାଇଁ,ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା,ସ୍ଥାନୀୟ ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)

 

Exit mobile version