ଆଜ୍ଞାମାଳ ବିଜେ ପରେ ତିନି ରଥକୁ ସିଂହଦ୍ୱାର ସମ୍ମୁଖରେ ରଖାଯାଇଛି

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଜୁଲାଇ ରବିବାର )ପୁରୀ :- ଆଜି ଶ୍ରୀକ୍ଷେତ୍ରରେ ପବିତ୍ର ରଥ ଆଜ୍ଞାମାଳ ବିଜେ ଅନୁଷ୍ଠିତ ହୋଇଛି । ସକାଳ ଧୂପ ବଢିଲାପରେ ତିନି ବାଡ଼ରୁ ଶ୍ରୀଅଙ୍ଗ ଆଜ୍ଞାମାଳ ପଟୁଆରରେ ରଥଖଳାକୁ ନିଆଯାଇ ରଥ ମାନଙ୍କରେ ଲାଗି ହେବା ପରେ ସେବାୟତମାନଙ୍କ ଦ୍ଵାରା ଟଣା ହୋଇ ତିନି ରଥ ସିଂହଦ୍ଵାର ସମ୍ମୁଖରେ ଲାଗିଛନ୍ତି । ତିନି ବାଡ଼ରେ ପୂଜାପଣ୍ଡା ସେବକ ମାନେ ଏହି ଆଜ୍ଞା ମାଳ ବିଜେ କରାଇଛନ୍ତି । ଆଜ୍ଞାମାଳ ବିଜେ ପରେ ତିନି ରଥକୁ ସିଂହଦ୍ୱାର ସମ୍ମୁଖରେ ରଖାଯାଇଛି । ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା

ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ, ପରେ ଦେବୀ ସୁଭଦ୍ରାଙ୍କ ଦେବ ଦଳନ ରଥ ଓ ଶେଷରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ଯାଇ ସିଂହଦ୍ୱାର ସମ୍ମୁଖକୁ ନିଆଯାଇଛି । ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳାର ସହ ଶେଷ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ।

ରଥଯାତ୍ରା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁରୀ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇଛି । ୬୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ୧୦ ଜଣ ଅତିରିକ୍ତ ଏସପି, ୨୧ଜଣ ଡିଏସପି, ୬୪ ଜଣ ଇନସପେକ୍ଟର, ୨୨୨ ଏଏସ୍ଆଇ ଏବଂ ଏସ୍ଆଇଙ୍କୁ ଦାୟିତ୍ୱ ଦିଆଯାଇଛି । ଆଜି ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ପର୍ଯ୍ୟନ୍ତ ପୁରୀରେ କର୍ଫ୍ୟୁ ଲାଗୁ ହେବ ।

Exit mobile version